‘ସାମୁଦ୍ରିକ ଥାନାରେ ଖାଲି ପଦବୀ ସଂକ୍ରାନ୍ତରେ ଜଣାଅ’

କଟକ,୧୮ା୧ (କାର୍ତ୍ତିକ ସାହୁ)ସାମୁଦ୍ରିକ ଥାନାରେ ଖାଲି ପଡ଼ିଥିବା ପଦବୀ ସଂକ୍ରାନ୍ତୀୟ ତଥ୍ୟ ଏବଂ ସେଗୁଡ଼ିକର ପୂରଣ ପାଇଁ ଗ୍ରହଣ କରୁଥିବା ପଦକ୍ଷେପ ସଂକ୍ରାନ୍ତରେ ଜଣାଇବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀ ଅନୁଯାୟୀ, ଗହୀରମଥା, ଋଷିକୁଲ୍ୟା, ଦେବୀ ନଦୀ ଆଦି ମୁହାଣରେ ମାଛଧରା ଯୋଗୁ ଅନେକ ସମୟରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଜୀବନହାନି ଘଟୁଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ହାଇକୋର୍ଟ ନିଜ ଆଡୁ ଏହି ମାମଲା ରୁଜୁ କରିଥିଲେ। ସାମୁଦ୍ରିକ ଥାନାଗୁଡ଼ିକରେ ୫୦ ପ୍ରତିଶତରୁ ଅଧିକ ପଦବୀ ଖାଲି ପଡ଼ିଛି। ଫଳରେ ନିୟମିତି ପାଟ୍ରୋଲିଂ କରାଯାଉନାହିଁ। ଏହାର ସୁଯୋଗରେ ମାଫିଆମାନେ ବେଆଇନ ଭାବେ ନିଷିଦ୍ଧାଞ୍ଚଳରେ ଟ୍ରଲର ଚଲାଉଛନ୍ତି। ଯେଉଁଥିପାଇଁ ଅଲିଭ୍‌ ରିଡ୍‌ଲେ କଇଁଚ୍ଛଙ୍କ ଜୀବନହାନି ଘଟୁଛି। ଏହାକୁ ନେଇ ପରିବେଶବିତ୍‌ମାନେ ମଧ୍ୟ ଉଦ୍‌ବେଗ ପ୍ରକାଶ କରିଥିଲେ। ଏ ସଂକ୍ରାନ୍ତୀୟ ମାମଲାର ଶୁଣାଣିବେଳେ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ଟ୍ରାନ୍ସପଣ୍ଡର ଲଗାଇବା ପାଇଁ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ହାଇକୋର୍ଟଙ୍କୁ ସତ୍ୟପାଠରେ ପୂର୍ବରୁ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri