ଜେଲ ଗଲେ କୁଖ୍ୟାତ ଅପରାଧୀ

ଦିଗପହଣ୍ଡି,୨୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣାଶୁଣା କୁଖ୍ୟାତ ଜଣେ ପେସାଦାର ଅପରାଧୀଙ୍କୁ ଦିଗପହଣ୍ଡି ପୋଲିସ ପୁଣି ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ଦିଗପହଣ୍ଡି-ଆସିକା ରାସ୍ତା କେନାଲ ସାହିରେ ରହୁଥିବା ପଦ୍ମନାଭପୁର ଗ୍ରାମର ଅଜିତ ସେଠୀ ଓରଫ ବଳିଆ। ଏନେଇ ଥାନାରେ ଏକ ମାମଲା (ନଂ.୧୮୩/୨୫) ରୁଜୁ ହୋଇଛି। ଜାମିନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି।

ଥାନା ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ସଦଳବଳେ ବୁଧବାର ସାରେ ସ୍ଥାନୀୟ ପୁଞ୍ଜିକଂୟା ଛକରେ ଗାଡ଼ି ଚେକିଂ ବେଳେ ଜଣେ ଯୁବକ ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ଛକ ନିକଟରେ ଏକ ବନ୍ଧୁକ ଧରି ଛିନତାଇ ଉଦ୍ଦେଶ୍ୟରେ ଲୁଚିଥିବା ଖବର ପାଇଥିଲେ। ପୋଲିସ ଟିମ୍‌ ପହଞ୍ଚିବାରୁ ଅଜିତ ସେଠାରୁ ଘୋଡ଼ାହାଡ଼ ଡ୍ୟାମ ରାସ୍ତାରେ ବାଇକ ଯୋଗେ ଚମ୍ପଟ ମାରିଥିଲେ। ପୋଲିସ ଟିମ୍‌ ତାଙ୍କୁ ଗୋଡ଼ାଇ ନିମପଲ୍ଲୀ ଗାଁ ନିକଟରେ ମାଡ଼ି ବସିଥିଲେ। ତଲାସ କରିବାରୁ ତାଙ୍କ ନିକଟରୁ ଏକ ଗୁଳିଭରା ଦେଶୀ ବନ୍ଧୁକ ମିଳିଥିଲା। ସାକ୍ଷ୍ୟମାନଙ୍କ ଉପସ୍ଥିତିରେ ତାଙ୍କ ନିକଟରୁ ବନ୍ଧୁକ, ଗୁଳି ଏବଂ ଛିନତାଇ ଉଦ୍ଦେଶ୍ୟରେ ବ୍ୟବହୃତ ବାଇକ୍‌(ନଂ.ଓଡ଼ି୦୭ ଏ ୱାଇ -୭୯୦୬) ଏବଂ ମୋବାଇଲ ଫୋନ ଜବତ କରାଯାଇଥିଲା। ଏନେଇ ଏସ୍‌ଆଇ ଦିଗପହଣ୍ଡି ଥାନାରେ ଲିଖିତ ଏତଲା ଦେଇଥିଲେ ।

ଥାନାଭାର ପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ତଦନ୍ତ ପରେ ଉକ୍ତ ବନ୍ଧୁକକୁ ସେ ବ୍ରହ୍ମପୁର ସଦର ଥାନା ଦକ୍ଷିଣପୁର ଗ୍ରାମର ସନ୍ତୋଷ ଗୌଡ଼ଙ୍କ ଠାରୁ ଆଣିଥିବା କହିଥିଲେ। ଅଭିଯୁକ୍ତ ଅଜିତଙ୍କ ନାଁରେ ଦିଗପହଣ୍ଡି ଓ କେ.ନୂଆଗାଁ ଥାନାରେ ୮ ଟି ହତ୍ୟା ଉଦ୍ୟମ, ଛିନତାଇ, ଡକାୟତି, ବୋମା ମାଡ଼, ବେଆଇନ ମାରଣାସ୍ତ୍ର ରଖିବା ଓ ଦଙ୍ଗା ସୃଷ୍ଟି କରିବା ଭଳି ସଙ୍ଗୀନ ମାମଲା ରହିଥିବା ପୋଲିସ କହିଛି। ସେ କିଛିଦିନ ତଳେ ଜେଲରୁ ଜାମିନରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri