କୁଖ୍ୟାତ ଅପରାଧୀ ଶଙ୍କର ଗିରଫ

ଜଗନ୍ନାଥ ପ୍ରସାଦ,୨୬।୬(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ପୋଲିସକୁ ବର୍ଷ ବର୍ଷ ଧରି ଚକ୍‌ମା ଦେଇ ଖସି ପଳାଉଥିବା କୁଖ୍ୟାତ ଅପରାଧୀ ଶଙ୍କର ନାଇକଙ୍କୁ ଶନିବାର ରାଉତି ଛକରୁ ପୋଲିସ ଗିରଫ କରିଛି। ଏ ନେଇ ନଂ.୨୦୧/୨୨ରେ ମାମଲା ରୁଜୁ କରି କୋର୍ଟଚାଲାଣ କରାଯାଇଛି। ତାଙ୍କ ନିକଟରୁ ଗୋଟିଏ ମାଉଜର ଓ ୫ ଅଫୁଟା ଗୁଳି ଜବତ କରାଯାଇଛି। ଡକାୟତ ଉଦ୍ୟମ, ବେଆଇନ ମାରଣାସ୍ତ୍ର ଦେଖାଇ ଧମକଚମକ ଦେବା, ବ୍ୟାଙ୍କ ଡକାୟତି, ଦାଦାବଟି ମାଗିବା ଓ ଫୋନରେ ହତ୍ୟା ଧମକ ଦେବା ଓ ପୋଲିସ ଉପରକୁ ବୋମା ଫୋପାଡ଼ି ଭୟଭୀତ କରିବା ଭଳି ଅନେକ ସଂଗୀନ ଅପରାଧରେ ସେ ସଂଶ୍ଲିଷ୍ଟ ଥିଲେ। ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଜିଲାରେ ୧୦ ରୁ ଅଧିକ ଆପରାଧିକ ମାମଲା ତାଙ୍କ ନଁାରେ ରହିଥିବା ଭଞ୍ଜନଗର ଏସ୍‌ଡିପିଓ ସୁଧାଂଶୁ ଶେଖର ମିଶ୍ର ଆୟୋଜିତ ପ୍ରେସ୍‌ ମିଟରେ ସୂଚନା ଦେଇଛନ୍ତି। ଶଙ୍କରଙ୍କ ଅନ୍ୟାନ୍ୟ ସହଯୋଗୀଙ୍କୁ ଖୁବଶୀଘ୍ର ଧରାଯିବାର ଚେଷ୍ଟା ଜାରି ରହିଛି। ଶନିବାର ରାଉତି ଛକରୁ ଜଗନ୍ନାଥପ୍ରସାଦ ଥାନା ଅଧିକାରୀ ଦିଲୀପ ସ୍ବାଇଁଙ୍କ ନେତୃତ୍ୱରେ ଏସ୍‌ଆଇ ସୁଶାନ୍ତ ପ୍ରଧାନ, ନିରଞ୍ଜନ ଦାସ, ଚନ୍ଦ୍ର ଶେଖର ବେହେରା, ଏସଆଇ ପ୍ରଭାତୀ ବେହେରା, ରଞ୍ଜନ କୁମାର ଆଚାର୍ଯ୍ୟ ଏବଂ ଥାନା କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri