ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ

ଗୋପାଳପୁର/ବ୍ରହ୍ମପୁର, ୨/୮(ନବୀନ ରାଜ ଆଚାରୀ/ସୁବାସ ଚନ୍ଦ୍ର ପାଢ଼ୀ): କିଛି ବର୍ଷ ବ୍ୟବଧାନରେ ୍ରହ୍ମପୁର ପୋଲିସ ଜିଲାରେ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଓରଫ ମାଲ ନାହାକ(୨୯) ଆହତ ହୋଇଛି। ଘଟଣାଟି ପିତାତଳି-ସୋର୍ଲା ରୋଡ ନିକଟରେ ଶନିବାର ଭୋର ପ୍ରାୟ ସାଢେ ୫ଟା’ବେଳେ ଘଟିଛି। ଗୋଳନ୍ଥରା ପୋଲିସ ଅଧିକାରୀଙ୍କ ଗୁଳି ସୁନୀଲଙ୍କ ବାମ ଗୋଢ଼ ଜଙ୍ଘ ପାଖରେ ବାଜିଛି। ସେ ଏବେ ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି। ୨୧ ହଜାର ଟଙ୍କା, ୭.୬୫ ଏମଏମ ବନ୍ଧୁକ, ୩ଟି ଜୀବନ୍ତ ଗୁଳି ଓ ବାଇକ ଜବତ କରିଛି l ଘଟଣାସ୍ଥଳ ଜଣେ ଚମ୍ପଟ ମାରିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି l
ସୁନୀଲଙ୍କ ନାଁ’ରେ ବିଭିନ୍ନ ଥାନାରେ ୨୦ ରୁ ଅଧିକ ସଙ୍ଗୀନ ମାମଲା ରହିଥିବା ପୋଲିସ କହିଛି। ଗତ ୨୨ ତାରିଖ ରାତ୍ର ନିମଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦ ବିହାରରେ ରହୁଥିବା ଶୁଭଶ୍ରୀ ଜେନା ନିଜ ପୁଅକୁ ଟିଉସନ୍‌ରୁ ଧରି ଫେରୁଥିବାବେଳେ ଘର ନିକଟରେ ସୁନୀଲ ତାଙ୍କ ଗାଢ଼ି ଅଟକାଇ ତାଙ୍କ ଉପରକୁ ଫାଏରିଂ କରି ଦୁଇ ଭରିରର ସୁନା ହାର ନେଇଥିଲେ ଯାହାକି ପୋଲିସ ଜାଣିବାକୁ ପାଇଛି। ଏମକେସିଜିରେ ଏବେ ପୋଲିସ ହେପାଜତରେ ସୁନୀଲ ରହି ଚିକିତ୍ସିତ ହେଉଛନ୍ତି।

ଘଟଣାରୁ ପ୍ରକାଶ ଯେ , ଉକ୍ତ ସୁନୀଲ ଜାତୀୟ ରାଜପଥ ଗୋଳନ୍ଥରା ଦେଇ ଚିକିଟି ଯାଉଥିବା ନେଇ ବ୍ରହ୍ମପୁର ଏସପି ଡା. ସର୍ଣା ବିବେକ ଏମ. ଖବର ପାଇଥିଲେ। ଏସପିନଜ ନିର୍ଦେଶରେ ଗୋଳନ୍ଥରା ଥାନାଧିକାରୀ ବିବେକାନନ୍ଦ ସ୍ବାଇଁ, ଏସଆଇ ସିଲୁ ଧଳ ଓ ଅନ୍ୟାନ୍ୟ ପୋଲିସ କର୍ମଚାରୀ ପୋଲିସ ଗାଢିରେ ତାଙ୍କର ପିଛା କରିଥିଲେ। ପିତାତଳି ପୂର୍ବରୁ ପୋଲିସ ଗାଁକୁ ଦେଖି ସୁନୀଲ ପ୍ରଥମେ ଦୁଇ ରାଉଣ୍ଡ ଗୁଳି ଫାଏରିଂ କରିଥିଲେ। ପୋଲିସ ମଧ୍ୟ ପାଲଟା ଆକ୍ରମଣ କରି ତାଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଫାଏରିଂ କରିଥିଲା। ଗୋଟିଏ ଗୁଳି ସୁନୀଲଙ୍କ ଆଣ୍ଠୁକୁ ମାଡ଼ ହେବା ପରେ ସେ ତଳେ ପଡି ଯାଇଥିଲେ। ପୋଲିସ ତାଙ୍କୁ ସେଠାରୁ କାବୁ କରି ଚିକିତ୍ସା ପାଇଁ ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିଲା। ସାଇଣ୍ଟିଫିକ ଟିମ ସହାୟତାରେ ପୋଲିସ ଘଟଣାର ତଦନ୍ତ କରୁଛି। କିଛି ସମୟ ପରେ ବ୍ରହ୍ମପୁର ଏସପି ଡା. ସର୍ବଣା ବିବେ ଏମ ଘଟଣାସ୍ଥଳକୁ ପରିଦର୍ଶନ କରିବା ସହ ୧୨ ଟା ସମୟ ଗୋଳନ୍ଥରା ଥାନା ରେ ଘଟଣା ନେଇ ପ୍ରେସମିଟ କରିବା ନେଇ ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri