Posted inଖେଳ

୧୦ମ ଥର ଅଷ୍ଟ୍ରେଲିଆନ୍‌ ଓପନ ଜିତିଲେ ନୋଭାକ ଜୋକୋଭିକ

ସିଡ୍‌ନୀ,୨୯।୧: ସର୍ବିଆର ନୋଭାକ ଜୋକୋଭିକ ଦଶମ ଥର ପାଇଁ ଅଷ୍ଟ୍ରେଲିଆନ୍‌ ଓପନ ୨୦୨୩ ଜିତିଛନ୍ତି। ପୁରୁଷ ସିଙ୍ଗଲ୍ସ ଟାଇଟଲ ମ୍ୟାଚରେ ସେ ଗ୍ରୀସର ଷ୍ଟେଫାନୋସ ସିସିପାସ୍‌ଙ୍କୁ ୬-୩, ୭-୬, ୭-୬ ରେ ପରାସ୍ତ କରିଛନ୍ତି। ଫାଇନାଲ ମ୍ୟାଚରେ ଜୋକୋଭିକ ଚମତ୍କାର ଆରମ୍ଭ କରି ୬-୩ ବ୍ୟବଧାନରେ ପ୍ରଥମ ସେଟ ଜିତିଥିଲେ।
ଦ୍ୱିତୀୟ ସେଟ୍‌ରେ ଉଭୟ ଖେଳାଳି ଜୋରଦାର ଲଢିଥିଲେ, କିନ୍ତୁ ଶେଷରେ ଜୋକୋଭିକ ୭-୬ ବ୍ୟବଧାନରେ ଜିତିଥିଲେ। ତୃତୀୟ ସେଟରେ ମଧ୍ୟ ଫେରିବାକୁ ସିସିପାସ ବହୁତ ଚେଷ୍ଟା କରିଥିଲେ ମଧ୍ୟ ଜୋକୋଭିକଙ୍କୁ ପରାସ୍ତ କରିପାରି ନ ଥିଲେ ଏବଂ ଜୋକୋଭିକ ୭-୬ ବ୍ୟବଧାନରେ ମ୍ୟାଚ ଜିତିଥିଲେ। ଏହି ବିଜୟ ସହିତ ସେ ଏଟିପି ର଼୍ୟାଙ୍କିଙ୍ଗର ଶୀର୍ଷରେ ପହଞ୍ଚିଥିଲେ।
ଅଷ୍ଟ୍ରେଲିଆନ୍‌ ଓପନର ଫାଇନାଲରେ ପ୍ରବେଶ କରିଥିବା ସିସିପାସ(୨୪) ଦ୍ୱିତୀୟ କନିଷ୍ଠ ପୁରୁଷ ଖେଳାଳି। ଏହାପୂର୍ବରୁ, ଜୋକୋଭିକ ୨୩ ବର୍ଷ ବୟସରେ ୨୦୧୧ରେ ଫାଇନାଲରେ ପ୍ରବେଶ କରିଥିଲେ। ତେବେ ଜୋକୋଭିକ ଫାଇନାଲରେ ଜିତିଥିବା ବେଳେ ସିସିପାସ ଚାମ୍ପିଅନ ହୋଇ ପାରିନାହାନ୍ତି।
ଜୋକୋଭିକ ଦଶମ ଥର ପାଇଁ ଅଷ୍ଟ୍ରେଲିଆନ୍‌ ଓପନ ଜିତିଛନ୍ତି। ସେ ଏହି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ୧୦ଥର ଫାଇନାଲରେ ପ୍ରବେଶ କରିଛନ୍ତି ଏବଂ ପ୍ରତ୍ୟେକ ଥର ଟାଇଟଲ ଜିତିଛନ୍ତି। ଜୋକୋଭିକ ୨୦୦୮, ୨୦୧୧, ୨୦୧୨, ୨୦୧୩, ୨୦୧୫, ୨୦୧୬, ୨୦୧୯, ୨୦୨୦, ୨୦୨୧ ଏବଂ ବର୍ତ୍ତମାନ ୨୦୨୩ରେ ଟାଇଟଲ ଜିତିଛନ୍ତି। ୨୦୨୨ରେ ଜୋକୋଭିକ ଭିସା କାରଣରୁ ଏହି ଟୁର୍ନାମେଣ୍ଟ ଖେଳିପାରି ନ ଥିଲେ ଏବଂ ରାଫେଲ ନାଡାଲ ଅଷ୍ଟ୍ରେଲୀୟ ଓପନ ଟାଇଟଲ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?