Posted inଖେଳ

ନୋଭାକ୍‌ ଜୋକୋଭିଚ୍‌ ଚାମ୍ପିୟନ

ପ୍ୟାରିସ, ୧୪।୬-ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ସେ ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ୍‌ଙ୍କୁ ୬-୭(୬/୮), ୨-୬, ୬-୩, ୬-୨, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଭାବୀ ପ୍ରଦର୍ଶନ କରି ସିତ୍‌ସିପାସ ପ୍ରଥମ ୨ଟି ସେଟ୍‌ରେ ବିଜୟୀ ହୋଇ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲର ନିକଟତର ହୋଇଥିଲେ ହେଁ ଅଭିଜ୍ଞତାର ଉପଯୋଗ କରି ବାଜି ମାରିଥିଲେ ଜୋକୋଭିଚ୍‌। ମ୍ୟାଚଟି ୪ ଘଣ୍ଟା ୧୧ ମିନିଟଧରି ଚାଲିଥିଲା। ଏହାକୁ ମିଶାଇ ଜୋକୋଭିଚ୍‌ ଦ୍ୱିତୀୟ ଥରପାଇଁ ଫ୍ରେଞ୍ଚ୍‌ ଓପନ ଏବଂ ଓଭରଅଲ୍‌ ୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ପୂର୍ବରୁ ୨୦୧୬ରେ ସେ ଫ୍ରେଞ୍ଚ୍‌ ଓପନ ଟାଇଟଲ ଜିତିଥିଲେ। ଅର୍ଥାତ୍‌ ୫ ବର୍ଷ ବ୍ୟବଧାନରେ ସେ ପୁଣି ରୋଲାଣ୍ଡ ଗାରୋସ୍‌ର ଲାଲ୍‌ ମାଟିରେ ବିଜୟ ଧ୍ୱଜା ଉଡ଼ାଇଛନ୍ତି। ଜୋକୋଭିଚ୍‌ ୨୦୦୮, ୨୦୧୧, ୨୦୧୨, ୨୦୧୩, ୨୦୧୫, ୧୦୧୬, ୨୦୧୯, ୨୦୨୦ ଓ ୨୦୨୧ରେ ଅଷ୍ଟ୍ରେଲିଆନ ଗ୍ରାଣ୍ଡସ୍ଲାମ ଚାମ୍ପିୟନ ହୋଇଥିବାବେଳେ ୨୦୧୧, ୨୦୧୪, ୨୦୧୫, ୨୦୧୮ ଓ ୨୦୧୯ରେ ଓ୍ବିମ୍ବେଲଡନ ଏବଂ ୨୦୧୧, ୨୦୧୫ ଏବଂ ୨୦୧୮ରେ ୟୁଏସ୍‌ ଓପନ ଟାଇଟଲ ହାସଲ କରିଥିଲେ। ଅନ୍ୟପକ୍ଷରେ ସିତ୍‌ସିପାସ ୨୦୧୯ ଓ ୨୦୨୧ରେ ଅଷ୍ଟ୍ରେଲିଆନ ଓପନ ସେମିଫାଇନାଲ ପର୍ଯ୍ୟନ୍ତ ଯାଇଥିବାବେଳେ ୨୦୧୮ରେ ଓ୍ବିମ୍ବେଲଡନରେ ୪ର୍ଥ ରାଉଣ୍ଡ ପ୍ରବେଶ ଥିଲା ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ। ସେହିପରି ସେ ୨୦୨୦ରେ ୟୁଏସ୍‌ ଓପନରେ ସର୍ବାଧିକ ୩ୟ ରାଉଣ୍ଡ ପର୍ଯ୍ୟନ୍ତ ଉନ୍ନୀତ ହୋଇ ପାରିଥିଲେ। ଫ୍ରେଞ୍ଚ୍‌ ଓପନରେ ରନର୍ସଅପ୍‌ ହେଉଛି କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri