ଆଜି ଅଶ୍ୱିନୀ ନକ୍ଷତ୍ର ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ। ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପକ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେବ। ବିଗତ ଦିନର ସମସ୍ୟା ସମାଧାନ ସକାଶେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳ ଲୋକମାନଙ୍କ କଥାକୁ ସତ ମଣି ଘରଲୋକଙ୍କୁ ଭୁଲ୍ ବୁଝିପାରନ୍ତି।
ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। କୃତ୍ତିକା ନକ୍ଷତ୍ର ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହୋଇପାରନ୍ତି। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ ସଫଳ ହେବେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।
ମୃଗଶିରା ନକ୍ଷତ୍ର ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ ପୁନର୍ବସୁ ନକ୍ଷତ୍ରର କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ବିବାଦୀୟ ପରିସ୍ଥିତି କିମ୍ବା ମାଲି ମକଦ୍ଦମାରେ ସଫଳତା ପାଇବେ ନାହିଁ। ଉଚ୍ଚ ପଦାଧିକାରୀଙ୍କ ନିକଟରେ ନିଜର ମନର ଭାବ ପ୍ରକାଶ କରିବାରେ ପଛେଇଯାଇପାରନ୍ତି।
ଆରମ୍ଭ କରିଥିବା କାମରେ ବନ୍ଧୁଙ୍କ ତରଫରୁ ସହଯୋଗ ପାଇବେନାହିଁ। ପୁଷ୍ୟା ନକ୍ଷତ୍ର ଯାତ୍ରା, ଯାନବାହନ ଓ ବାଣିଜ୍ୟରୁ ଲାଭବାନ୍ ହେବେ। ନିର୍ମାଣାଧୀନ ଗୃହ, ରାସ୍ତାକାମ କିଛିଦିନ ସକାଶେ ଅଟକି ରହିଯାଇପାରେ। ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର, କ୍ଷେତ୍ରରେ ସୁଫଳ ପାଇବେ।
ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ଉତ୍ତରାଫାଲ୍ଗୁନୀ ନକ୍ଷତ୍ର ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ। କୌଣସି ଗୃହ, ଜମିଜମା ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ଧାରକରଜ କରି ପରିବାରର ଆବଶ୍ୟକତା ପୂରଣକରିବା ପାଇଁ ମନସ୍ଥ କରିପାରନ୍ତି।
ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶକରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ହସ୍ତା ନକ୍ଷତ୍ର ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷାକରିବାରେ ସମର୍ଥ ହେବେ।
ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପରିବାରର ଆବଶ୍ୟକତା ପୂରଣକରିବା ସକାଶେ ପରପାଖରେ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୋଇପାରନ୍ତି। ଶାରୀରିକ ସୁସ୍ଥତା କ୍ରମଶଃ ଫେରି ଆସୁଥିବାରୁ ସ୍ବାତୀ ନକ୍ଷତ୍ର ଆଶ୍ୱସ୍ତି ଅନୁଭବ କରିବେ।
କାର୍ଯ୍ୟସାଧନ କ୍ଷେତ୍ରରେ ଟେନ୍ସନ ଲାଗି ରହିବାରୁ ମାନସିକ ସ୍ଥିତି ଠିକ୍ ରହିବନାହିଁ। କାରବାର ବୃଦ୍ଧି ହେତୁ ଜ୍ୟେଷ୍ଠା ନକ୍ଷତ୍ରର ଆର୍ଥିକ ସ୍ବଚ୍ଛଳତା ଫେରିଆସିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହେବାରେ ଗୁରୁଜନଙ୍କ ପୃଷ୍ଠପୋଷକତା ରହିବ। ସଭାସମିତିରେ ଆଲୋଚନା ପରିପ୍ରେକ୍ଷୀରେ ବନ୍ଧୁଙ୍କ ସହ ଏକମତ ହେବାକୁ ବାଧ୍ୟହେବେ।
ଆପଣଙ୍କ ପରାମର୍ଶ ବନ୍ଧୁଙ୍କ ମନକୁ ବେଶ୍ ପାଇବ, ଫଳରେ ସେମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପ୍ରକାଶନ, ଏଜେନ୍ସିପ୍, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ଉପରିସ୍ଥଙ୍କ ନିର୍ଦ୍ଦେଶରେ ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ । ମୂଳା ନକ୍ଷତ୍ର ପ୍ରତିଯୋଗିତାରେ ସଫଳତା ହାସଲ କରିବେ।
କର୍ମକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ଶ୍ରବଣା ନକ୍ଷତ୍ର ପ୍ରତୀକ୍ଷା କରିଥିବା କୌଣସି ଖବର ପାଇ ଖୁସି ହୋଇପାରନ୍ତି। ପାରିବାରିକ ସମସ୍ୟା ଭିତରେ ପିଲାଙ୍କ ବିଷୟ, ଛୋଟଜାତିର ବ୍ୟକ୍ତିଙ୍କ ସହ କଳହ କାରଣରୁ ବ୍ୟସ୍ତତା ବଢ଼ିଯିବ। ଅଫିସରେ ଟେନ୍ସନରେ ରହିପାରନ୍ତି।
ଆଜିର ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ସାହିତ୍ୟ, ସାମ୍ବାଦିତା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟିହେବା ସମ୍ଭାବନାକୁ ଏଡ଼ିହେବ ନାହିଁ। ଶତଭିଷା ନକ୍ଷତ୍ରର ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଉତ୍ତରଭାଦ୍ରପଦ ଦୀର୍ଘଦିନାନ୍ତେ ଖୋଜୁଥିବା ଜିନିଷଟି ଆଜି ପାଇବାରୁ ଖୁସି ହୋଇଯିବେ। ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବା ଆଶା ରହିଛି । ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଏବଂ ଦିନଟି ଉପଭୋଗ୍ୟ ରହିବ।
📲 Follow Dharitri – Odisha’s No. 1 Odia Daily 📰✨
Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.
Subscribe to updates
Unsubscribe from updates