ନଭେମ୍ବର ୧୭ ଓଡ଼ିଆ ସଂଗୀତ ଜଗତ ପାଇଁ ବ୍ଲାକ୍ ଡେ, ସେଦିନ ଅକ୍ଷୟ ଆଜି ହ୍ୟୁମାନଙ୍କ ପରଲୋକ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତ ପାଇଁ ନଭେମ୍ବର ୧୭ ତାରିଖ ଏକ ଦୁଃଖଦ ଦିନ ଭାବେ ଇତିହାସରେ ଲେଖା ଯିବ। ନଭେମ୍ବର ୧୭ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଥିବା ବେଳେ ଠିକ୍ ୨୩ ବର୍ଷ ତଳେ ଅର୍ଥାତ୍ ନଭେମ୍ବର ୧୭, ୨୦୦୨ରେ ସର୍ବକାଳୀନ ଲୋକପ୍ରିୟ ଗାୟକ ଓ ସଙ୍ଗୀତର ମଉଡମଣୀ ଅକ୍ଷୟ ମହାନ୍ତିଙ୍କର ଦେହାନ୍ତ ହୋଇଥିଲା। ଏହିପରି ଦୁଇ ମହାନ କଳାକାରଙ୍କ ବିୟୋଗ ଗୋଟିଏ ତାରିଖରେ ଘଟିବା ଓଲିଉଡରେ ଗଭୀର ଶୋକର ଛାୟା ଖେଳାଇ ଦେଇଛି।

୩୪ ବର୍ଷ ବୟସରେ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ଘଟିଛି। ସୋମବାର ସନ୍ଧ୍ୟା ୯:୦୮ ମିନିଟରେ ଭୁବନେଶ୍ୱର ଏମ୍ସ (AIIMS) ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା। ସେ ମଲ୍ଟି-ଅର୍ଗାନ୍ ଡସ୍ଫଙ୍କ୍ସନ୍ ସିଣ୍ଡ୍ରୋମ୍ (MODS) ସହ ଲିଭର୍ ଫେଲ୍ୟର, କିଡନୀ ସମସ୍ୟା, ଶ୍ୱାସକ୍ରିୟା ଜନିତ ଅସୁବିଧା ଏବଂ ନିମୋନିଆ ଭଳି ଗୁରୁତର ରୋଗରେ ପୀଡ଼ିତ ଥିଲେ।

ଗୁରୁତର ସ୍ୱାସ୍ଥ୍ୟାବସ୍ଥା ଯୋଗୁଁ ତାଙ୍କୁ ଗତ ନଭେମ୍ବର ୧୪ ତାରିଖ ଦିନ ଏମ୍ସର ଏମର୍ଜେନ୍ସିରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଥିଲା, କିନ୍ତୁ ବିଶେଷଜ୍ଞ ଡାକ୍ତରମାନଙ୍କ ଉନ୍ନତ ଚିକିତ୍ସା ସତ୍ତ୍ୱେ କୌଣସି ସୁଧାର ଆସିନଥିଲା। ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନେବାକୁ ପରିବାର ଯୋଜନା କରିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକ୍ତରମାନଙ୍କ ସହ ଆଲୋଚନା କରି ସହାୟତାର ଆଶ୍ୱାସନା ଦେଇଥିଲେ।

ବଲାଙ୍ଗୀର ଜିଲାର ଟିଟିଲାଗଡ଼ରେ ଜନ୍ମିତ ହ୍ୟୁମାନ ସାଗର ୨୦୧୨ରେ ‘ଭଏସ୍ ଅଫ୍ ଓଡ଼ିଶା’ ସିଜନ୍-୨ରେ ବିଜୟୀ ହୋଇଥିଲେ। ୨୦୧୫ରେ ‘ଇଶ୍କ୍ ତୁହେଁ ହୀ ତୁହେଁ’ ଚଳଚ୍ଚିତ୍ରର ଟାଇଟଲ୍ ଟ୍ରାକ୍ ଗାଇ ଓଲିଉଡରେ ପାଦ ଦେଇଥିଲେ। ତାଙ୍କ କଣ୍ଠରେ ଗାଇଥିବା ଅନେକ ରୋମାଣ୍ଟିକ୍ ଓ ଭାବପୂର୍ଣ୍ଣ ଗୀତ ଶ୍ରୋତାଙ୍କ ହୃଦୟରେ ସ୍ଥାନ ପାଇଥିଲା।

ମୁଖ୍ୟମନ୍ତ୍ରୀ ମାଝୀ ଶୋକ ପ୍ରକାଶ କରି କହିଛନ୍ତି ଯେ ହ୍ୟୁମାନଙ୍କ ଦେହାନ୍ତ ଓଡ଼ିଶାର ସଙ୍ଗୀତ ଓ ଚଳଚ୍ଚିତ୍ର ଜଗତ ପାଇଁ ଅପୂରଣୀୟ କ୍ଷତି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସଙ୍ଗୀତ ଜଗତର ଅନେକ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?