ମେଷ

କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ବ୍ୟୟ ଅଟକଳ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ହୋଟେଲ ଶିଳ୍ପ, ଛୋଟ ଦୋକାନରୁ ସୁଫଳ ମିଳିବ। ଅଫିସ୍ କାମରେ ବୁଝାମଣା ନେଇ ସହମତି ଦେଖାଦେଇପାରେ। ପ୍ରକାଶନ, ପ୍ରଶାସନ, ସଂଗଠନ ଓ ରାଜନୈତିକ କ୍ଷେତ୍ରରେ ସମସ୍ୟା ଉପୁଜିପାରେ।
ବୃଷ

ଆଜି ଶ୍ରୁତିମଧୁର କଥାରେ ଅନ୍ୟମାନଙ୍କୁ ପ୍ରଭାବିତ କରିବାରେ ସମର୍ଥ ହେବେ। ଅଟକି ରହିଯାଇଥିବା କାମ ଗୁଡିକ ସୁବିଧାରେ ନ ହେଉଥିବା କାରଣରୁ ମନ ଭଲ ରହି ନ ପାରେ। ସଭା ସମିତି, କଚେରି ମାମଲା, ଚୁକ୍ତିପତ୍ର ଓ କଳା ସାହିତ୍ୟରେ ପ୍ରଶଂସିତ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ।
ମିଥୁନ

ପଡ଼ୋଶୀଙ୍କ ମଧ୍ୟସ୍ଥତାରେ ପରିବାରରେ ଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ବନ୍ଧୁଙ୍କ ପରାମର୍ଶକୁ ଯଦି ଗ୍ରହଣ କରିବେ ତେବେ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି। ବସ୍ତ୍ର ଓ ଅଳଙ୍କାର, ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କରି ଅନୁତପ୍ତ ହେବାର ଆଶଙ୍କା ରହିଛି।
କର୍କଟ

ଆଜି ସକାଳୁ ସକାଳୁ ଘରୋଇ କାମ ସଙ୍ଗକୁ ଅଫିସ୍ କାମର ଜଞ୍ଜାଳ ବଢ଼ିଯାଇପାରେ। ଭୁଲ୍ ବୁଝାମଣାବଶତଃ ବହୁତ ଦିନରୁ ଭାଙ୍ଗିଯାଇଥିବା ସମ୍ପର୍କଟି ପୁନଃ ପ୍ରତିଷ୍ଠିତ ହେବ। ହିତୈଷୀଙ୍କ ପରାମର୍ଶରେ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାମ ହାସଲ କରିବେ।
ସି˚ହ

ଆର୍ଥିକ ଉନ୍ନତିଜନିତ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ ହେବା କାରଣରୁ ଖୁସୀ ରହିବେ। କିନ୍ତୁ ଆଜି ଯେତିକି ପାଇବେ ତାହାଠାରୁ ବହୁ ଗୁଣରେ ଖର୍ଚ୍ଚାନ୍ତ ମଧ୍ୟ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ଦୀର୍ଘଦିନରୁ ଲାଗି ରହିଥିବା ବିବାଦୀୟ ଘଟଣାରେ ଅବଶ୍ୟ ବିଜୟୀ ହେବେ।
କନ୍ୟା

ଦିନଟିରେ ମନ ଖୁସି ହେଲା ଭଳି କଥା କହି ଅନ୍ୟ ମାନଙ୍କର ପ୍ରିୟଭାଜନ ହେବେ। ରପ୍ତାନି ବାଣିଜ୍ୟ, ଜମିଜମା ବ୍ୟବସାୟ ଓ ସାମ୍ବାଦିକତା ତଥା ଏଜେନ୍ସିପରୁ ଖୁସି ରହିବେ। କର୍ମକ୍ଷେତ୍ରରୁ ଅଚାନକ ଭାବରେ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ପାରନ୍ତି। ସାମାଜିକ ସ୍ତରରେ ଅନ୍ୟାୟ ବିରୋଧରେ ଲଢ଼ିଲେ ସମର୍ଥନ ପାଇବେ ନାହିଁ।
ତୁଳା

ଘରୋଇ ସମସ୍ୟା ସମାଧାନ ନ ହୋଇପାରିବା କାରଣରୁ ମନ ଅସ୍ଥିର ରହିବ। ବନ୍ଧୁଙ୍କ ପରାମର୍ଶରେ କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକାଶେ ଚିନ୍ତା କରିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ପୁରାଣ ପଠନ ସାଙ୍ଗକୁ ଧର୍ମ କାର୍ଯ୍ୟରେ ନିୟୋଜିତ ହେବେ।
ବିଛା

ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ବିଭିନ୍ନ ଦିଗରୁ ରୋଜଗାର କିଛି କମ୍ ହେବନି। ସଭାସମିତିରେ ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇ ଖୁସୀ ହେବେ। କାମରେ ଅବହେଳା କରିବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହେବ ଓ କଟୁକ୍ତି ଶୁଣିବାକୁ ପଡ଼ିପାରେ। ପାରସ୍ପରିକ ଭୁଲ୍ ବୁଝାମଣା ଅଶାନ୍ତିର କାରଣ ହେବ।
ଧନୁ

ଦିନଟି ଆପଣଙ୍କ ପାଇଁ ଆଜି ସବୁ ପ୍ରକାର ଅନୁକୂଳ ପରିବେଶ ଓ ପରିସ୍ଥିତି ସୃଷ୍ଟି କରିବାରେ ସହାୟକ ହେବ। ଦୀର୍ଘ ଦିନର ଅପୂରଣୀୟ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ।
ମକର

ଆତ୍ମୀୟମାନଙ୍କ ନିମନ୍ତ୍ରଣରେ ଆନୁଷ୍ଠାନିକ କାମରେ ସଫଳତା ଦିଗକୁ ମନ ବଳାଇପାରନ୍ତି। ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବାକୁ ପଡ଼ିପାରେ। ନିର୍ମାଣ, କଳା, ସାହିତ୍ୟ ପ୍ରଶାସନ, ଶିଳ୍ପ, ବାଣିଜ୍ୟ ବ୍ୟବସାୟ, ପରିବହନ ଓ ଏଜେନ୍ସିପରୁ ଖୁସି ରହିବେ।
କୁମ୍ଭ

ଆଜିର ଅଧିକାଂଶ ସମୟ ବନ୍ଧୁମାନଙ୍କ ସହ ଆଲୋଚନାରେ ଅତିବାହିତ ହେବ। ଶିଳ୍ପ, ବାଣିଜ୍ୟରେ ଶିଥିଳତା ଦେଖାଦେବ। ଭ୍ରାତୃ ସମ୍ପର୍କରେ ଉନ୍ନତି ଏବଂ ପାରିବାରିକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ନିର୍ମାଣ କାମ ଧିମେଇ ଯିବ ଓ ଆବଶ୍ୟକତା ପୂରଣ ପାଇଁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।
ମୀନ
ଆଜି ଯାହାକୁ ଯାହା କହିବେ କିମ୍ବା କରିବେ ତାହା ସମସ୍ତଙ୍କର ମନକୁ ପାଇବ। କୌଣସି ବିଜାତୀୟ ବ୍ୟକ୍ତି ଜଣେ ଅସହଯୋଗ କରିବା ଦ୍ୱାରା କାର୍ଯ୍ୟହାନିର ଆଶଙ୍କା ରହିଛି। କଚେରି ମାମଲା କ୍ଷେତ୍ରରେ ମାନସିକ ଅସ୍ଥିରତାଜନିତ ବନ୍ଧୁଙ୍କ ସହ ଆଲୋଚନା ପରେ ଆଶ୍ୱସ୍ତି ଲଭିବେ। ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
📲 Follow Dharitri – Odisha’s No. 1 Odia Daily 📰✨
Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.