Posted inRasifala

ରାଶିଫଳ: ରବିବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ
ଆଜିର ପରିସ୍ଥିତିରେ କୌଣସି ପରିବର୍ତ୍ତନ ହେବନାହିଁ। ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତିତାକୁ ଗ୍ରହଣ କରିବା ଭଲ ହେବ। ଅଶ୍ୱିନୀ ନକ୍ଷତ୍ର ସକାଶେ ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ବୃଷ
ବୃଷ
କୌଣସି କାମ ଅଟକି ରହିବ ନାହିଁ ତଥାପି ସମସ୍ୟା ଜାଲରେ ଛନ୍ଦି ହେଲାଭଳି ଅନୁଭବ କରିବେ। କର୍ମକ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ ଓ ବ୍ୟବସାୟ ଭଲରେ ଚାଲିଲେ ମଧ୍ୟ ପରିବହନରେ କ୍ଷତି ଆଶଙ୍କା ରହିଛି। ସ୍ବାସ୍ଥ୍ୟ ସଚେତନତା ଯୋଗୁ ଦ୍ୱିଜା ନକ୍ଷତ୍ରର ସ୍ବାସ୍ଥ୍ୟରେ ଉନ୍ନତି ହେବ।
ମିଥୁନ
ମିଥୁନ
ନୂଆ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ନ ହେବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ଆନୁଷ୍ଠାନିକ କିମ୍ବା ସାମାଜିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଦ୍ରା ନକ୍ଷତ୍ରର ଯାତ୍ରା, ବନ୍ଧୁଙ୍କ ସହ ଆଲୋଚନା, ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ। ବ୍ୟବସାୟୀ କଳହର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ପୂର୍ବାବସ୍ଥା କେତେକାଂଶରେ ପରିବର୍ତ୍ତିତ ହୋଇଥିବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ପରିବାରରେ ସମସ୍ୟା ସମାଧାନ ହେବାରେ କୌଣସି ବିଜାତୀୟ ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। ସନ୍ତାନଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ ମଧ୍ୟ ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ ଲାଭକରି କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବେ। ପାରିବାରିକ ଜୀବନରେ ପାରସ୍ପରିକ ସହଯୋଗ ଓ ସହମତି ମାନସିକ ଅସ୍ଥିରତାକୁ ଦୂର କରିପାରେ। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି। ମଘା ନକ୍ଷତ୍ର ସତ କହି ବିବାଦରେ ପଡିପାରନ୍ତି।
କନ୍ୟା
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଅପ୍ରିୟସତ୍ୟ ଭାଷଣ କଳହର କାରଣ ହୋଇପାରେ। ଉତ୍ତରାଫାଲଗୁନୀ ନକ୍ଷତ୍ର କର୍ମକ୍ଷେତ୍ରରେ ବନ୍ଧୁଙ୍କ ମିଥ୍ୟା ଅଭିଯୋଗରେ ଉତ୍‌କ୍ଷିପ୍ତ ହୋଇପାରନ୍ତି। ଅର୍ଥ ଦେବା ନେବାକୁ କେନ୍ଦ୍ରକରି ପଡ଼ୋଶୀଙ୍କ ସହ ଝଗଡ଼ା ହେବ। ପାରିବାରିକ ଓ ବ୍ୟବସାୟିକ ସ୍ଥିତି ସନ୍ତୋଷଜନକ ହୋଇପାରେ।
ତୁଳା
ତୁଳା
ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବା ସାଙ୍ଗକୁ ଦୀର୍ଘଦିନର ଆଶା ଫଳବତୀ ହେବ। ପିଲାଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବା କାରଣରୁ ବିରକ୍ତି ପ୍ରକାଶ କରିପାରନ୍ତି। ବିଶାଖା ନକ୍ଷତ୍ର ଆଜିର ଯାତ୍ରା ସମୟରେ ସହଯାତ୍ରୀଙ୍କୁ ଅପେକ୍ଷାକରି ବ୍ୟସ୍ତ ହେବାର ସୂଚନା ରହିଛି। ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବନାହିଁ।
ବିଛା
ବିଛା
ଦୀର୍ଘଦିନ ହେଲା ଯାହା ପାଉ ନ ଥିଲେ ଆଜି ତାହା ଲାଭ କରି ମନ ଖୁସି ହୋଇଯିବ। ହାତକୁ ନେଇଥିବା କାମଗୁଡିକ ଯଥା ସମୟରେ ସମ୍ପନ୍ନ ହେବାରେ ବନ୍ଧୁଙ୍କ ଅବଦାନକୁ ଭୁଲି ପାରିବେ ନାହିଁ । ସାହିତ୍ୟ, ସଂସ୍କୃତି, ସାମ୍ବାଦିକତା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ବନ୍ଧୁ ଦୂରେଇଯିବା କାରଣରୁ ଅନୁରାଧା ନକ୍ଷତ୍ର ଦୁଃଖିତ ରହିବେ।
ଧନୁ
ଧନୁ
ଉତ୍ତରାଷାଢ଼ା ନକ୍ଷତ୍ର ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ବକେୟା ଅର୍ଥଲାଭ, ବନ୍ଧୁମିଳନ, ନୂତନ ସ୍ଥାନ ଭ୍ରମଣର ସୁଯୋଗ ଲାଭକରି ଖୁସି ରହିବେ। ପ୍ରଶାସନିକ କ୍ଷେତ୍ରରେ ଅପ୍ରିୟ ସତ୍ୟ କହିବାରୁ ସମସ୍ୟା ଉପୁଜିପାରେ। ରୋଗପୀଡ଼ା ଓ ମାନସିକ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ମକର
ମକର
ଦୁଶ୍ଚିନ୍ତା କାରଣରୁ ଟେନ୍ସନ ଲାଗି ରହିଥିଲେ ମଧ୍ୟ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ପ୍ଲଟିଂ କାରବାର, ମାଲିମକଦ୍ଦମା ପ୍ରଭୃତି କ୍ଷେତ୍ରରେ ଅଭିଳଷିତ ଫଳ ପାଇବେ। ଧନିଷ୍ଠା ନକ୍ଷତ୍ରର ସ୍ବାସ୍ଥ୍ୟହାନି ସାଙ୍ଗକୁ ଆର୍ଥିକ ଅନଟନ କାରଣରୁ ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ପରିସ୍ଥିତି ପ୍ରତି ନଜର ଦେଇ କାମ କରି ଚାଲିଲେ କୌଣସି କାମ ଅଟକି ରହିବ ନାହିଁ। ପୁରୁଣା ଜିନିଷ ବିକ୍ରୟ କରି ନୂତନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇବେ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ପୂର୍ବଭାଦ୍ରପଦ ନକ୍ଷତ୍ରର ସନ୍ତାନଙ୍କ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
ଉତ୍ତରଭାଦ୍ରପଦ ନକ୍ଷତ୍ର ପାଇଁ ବନ୍ଧୁ ଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କରିବାର ସୂଚନା ରହିଛି। ବ୍ୟବସାୟରେ ଲାଭ ମିଳିବ ଏବଂ କୌଣସି ଅନ୍ୟ ଏକ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି । ସ୍ବାସ୍ଥ୍ୟସମସ୍ୟା ନିୟନ୍ତ୍ରଣାଧୀନ ରହିବା ହେତୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ନଭେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ସହ ଚନ୍ଦ୍ର ଷଡ଼ାଷ୍ଟକ ସ୍ଥିତି ଯୋଗୁ ମନ ଅନୁଯାୟୀ କର୍ମ ସମ୍ପାଦନ କରିପାରିବେ ନାହିଁ। ଅଯଥା ଅର୍ଥବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେଇପାରେ।…

ରାଶିଫଳ: ଶୁକ୍ରବାର , ନଭେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ…

ରାଶିଫଳ: ଗୁରୁବାର, ନଭେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ରାହୁ ଯୁକ୍ତ ଚନ୍ଦ୍ରଙ୍କ ଯୋଗୁ ଘରୋଇ ସମସ୍ୟା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ମଙ୍ଗଳ ନିଜ ରାଶିକୁ ଅବଲୋକନ କରୁଥିବାରୁ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?