୨୯ରେ ଅବପାତ: ନଭେମ୍ବର ଶେଷ ହେଲା, ବଢୁନି ଶୀତ

ଭୁବନେଶ୍ୱର,୨୫ା୧୧(ଅନିଲ ଦାସ): ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୬ ତାରିଖରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ ୨୯ ତାରିଖ ବେଳକୁ ଅବପାତରେ ପରିଣତ ହେବ। ପରେ ଏହା ବାତ୍ୟାରେ ପରିଣତ ହୋଇ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତିକରି ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ଆଡ଼କୁ ଗତିକରିବା ସମ୍ଭାବନା ରହିଛି ବୋଲି କେତେକ ପାଣିପାଗ ମଡେଲ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବାତ୍ୟାର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୫୦ କି.ମି. ହେବ ବୋଲି ଅନୁମାନ କରିଛି ବିଭାଗ। ଏହି ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ ନଭେମ୍ବର ଶେଷ ହେବାକୁ ବସିଥିବା ବେଳେ ରାଜ୍ୟରେ ଶୀତର ପ୍ରଭାବ ନାହିଁ। ସର୍ବନିମ୍ନ ତାପମାତ୍ରା ୧୫ରୁ ୨୩ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହୁଛି। ଦିନର ସର୍ବୋଚ୍ଚ ତାପମାତ୍ରା ମଧ୍ୟ ୨୭ରୁ ୩୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଛି। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ଦିନର ତାପମାତ୍ରା ହ୍ରାସ ପାଉନାହିଁ। ଉତ୍ତର-ପୂର୍ବ ଦିଗରୁ ବାୟୁ ପ୍ରବାହ ହେଉ ନ ଥିବାରୁ ରାତ୍ରିର ତାପମାତ୍ରା ହ୍ରାସ ପାଉନାହିଁ। ଯଦିଓ ହାଲୁକା ଶୀତ ହେଉଛି ତେବେ ପାରଦ ତଳମୁହାଁ ହେଉନାହିଁ। ଆସନ୍ତା ୩/୪ ଦିନ ମଧ୍ୟ ପାଗରେ କୌଣସି ପରିବର୍ତ୍ତନର ସଙ୍କେତ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri