Posted inଜାତୀୟ

ମଦ କିଣିବାର ବୟସ କମିଲା: ଜାଣନ୍ତୁ କେଉଁ ରାଜ୍ୟରେ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୩।୩: ଦିଲ୍ଲୀ ସରକାର ଏକ୍ସାଇଜ ନୀତିରେ ବଡ ପରିବର୍ତ୍ତନ ଘୋଷଣା କରିଛନ୍ତି। ସରକାରଙ୍କ ନୂଆ ନିୟମ ଅନୁସାରେ ଏବେ ରାଜଧାନୀରେ ମଦ କିଣିବାର ଆଇନଗତ ବୟସ ୨୫ ପରିବର୍ତ୍ତେ ୨୧ ବର୍ଷ ହେବ। ଏଥି ସହ ସହରରେ ନୂତନ ଦୋକାନ ଖୋଲାଯିବ ନାହିଁ ବୋଲି ସରକାର ସ୍ପଷ୍ଟ କରିଛନ୍ତି। ଉପମୁଖ୍ୟମନ୍ତରୀ ମନୀଷ ସିସୋଦିଆ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ‘ମଦ ମାଫିଆ’ ଉପରେ ନଜର ରଖିବା ଏହି ନୀତିର ଉଦ୍ଦେଶ୍ୟ ବୋଲି ସେ ଦାବି କରିଛନ୍ତି। ସିସୋଦିଆ କ୍ୟାବିନେଟ ଦ୍ୱାରା ଅନୁମୋଦିତ ନୂତନ ଏକ୍ସାଇଜ ପଲିସି ବିଷୟରେ ସୂଚନା ଦେଇ କହିଛନ୍ତି ପ୍ରତିବର୍ଷ ୫ ବଦଳରେ ମଦ ବିକ୍ରି ୨୦ ପ୍ରତିଶତ ବୃଦ୍ଧି ପାଇବ ବୋଲି ଆଶା ରହିଛି।

ଦିଲ୍ଲୀ – ୨୧
ହରିୟାଣା – ୨୫
ପଞ୍ଜାବ – ୨୫
ଚଣ୍ଡିଗଡ଼ – ୨୫
ଉତ୍ତରପ୍ରଦେଶ – ୨୧
ଉତ୍ତରାଖଣ୍ଡ – ୨୧
ହିମାଚଳ ପ୍ରଦେଶ -୧୮
ରାଜସ୍ଥାନ – ୧୮
ଜାମ୍ମୁ କାଶ୍ମୀର – ୨୧
ଲଦାଖ – ୨୧
ମହାରାଷ୍ଟ୍ର – ୨୧
ମଧ୍ୟପ୍ରଦେଶ -୨୧
ସିକ୍କିମ – ୧୮
ମେଘାଳୟ -୧୮
ପଶ୍ଚିମବଙ୍ଗ -୨୧
କେରଳ ହେଉଛି ଦେଶର ଏକମାତ୍ର ରାଜ୍ୟ ଯେଉଁଠାରେ ଆଇନଗତ ପାନୀୟ ବୟସ ୨୩ ବର୍ଷ ଅଟେ। ଏଥି ସହିତ ଗୁଜରାଟ, ବିହାର, ମଣିପୁର, ମିଜୋରାମ ଏବଂ ତ୍ରିପୁରାରେ ମଦ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଯାଇଛି। ନ୍ୟାସନାଲ ରେଷ୍ଟୁରାଣ୍ଟ ଆସୋସିଏସନ ଅଫ ଇଣ୍ଡିଆ (ଏଆର୍‌ଏଆଇ) ଦିଲ୍ଲୀ ସରକାରଙ୍କ ନିଷ୍ପତ୍ତିକୁ ସମର୍ଥନ କରିଛି। ଏହାଦ୍ୱାରା ମଦ୍ୟପାନର ବେଆଇନ ବ୍ୟବହାର ହ୍ରାସ ପାଇବ ବୋଲି ଏଆର୍‌ଏଆଇ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri