ଏବେ କଲମ୍ବିଆରେ ଚାଇନା ଗୁପ୍ତଚରୀ ବେଲୁନ…

ବୋଗୋଟା,୬।୨ : ଚାଇନା ଏହାର ବେଆଇନ କାର୍ଯ୍ୟରୁ ନିବୃତ୍ତ ହେବାର ନାମ ନେଉନାହିଁ। ଆମେରିକାର ବାୟୁମଣ୍ଡଳରେ ଚାଇନାର ଗୁପ୍ତଚରୀ ବେଲୁନ ଦେଖାଦେବା ପରେ ବର୍ତ୍ତମାନ କଲମ୍ବିଆର ବାୟୁମଣ୍ଡଳରେ ମଧ୍ୟ ଏକ ବେଲୁନ ଦେଖିବାକୁ ମିଳିଛି। ଆମେରିକାରରେ ଦେଖାଦେଇଥିବା ବେଲୁନ ସହିତ ଏହା ସମାନ ବୋଲି କଲମ୍ବିଆ ବାୟୁସେନା ଦାବି କରିଛି। କଲମ୍ବିଆ କହିଛି ଯେ ବାୟୁସେନା ବେଲୁନକୁ ଟ୍ରାକ କରିଛି।

ସୂଚନାଯୋଗ୍ୟ, ଆମେରିକାରେ ମଧ୍ୟ ସମାନ ଚାଇନାର ବେଲୁନ ଦେଖିବାକୁ ମିଳିଥିଲା। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିର୍ଦ୍ଦେଶରେ ଶନିବାର ଗୁଳି ଚଳାଇ ଖସାଇ ଦିଆଯାଇଥିଲା। ସେବେଠାରୁ ଆମେରିକା ଏବଂ ଚାଇନା ମଧ୍ୟରେ ସମ୍ପର୍କ ଆହୁରି ତିକ୍ତ ହୋଇପଡିଛି।
କଲମ୍ବିଆ ବାୟୁସେନା କହିଛି ଯେ ସେମାନେ ୫୫ ହଜାର ଫୁଟ ଉଚ୍ଚରେ ଏକ ବସ୍ତୁ ଦେଖିଛନ୍ତି। ଏହା ହାରାହାରି ୨୫ ନ୍ୟୁଟିକାଲ ମାଇଲ ବେଗରେ ଗତି କରୁଥିଲା। ବାୟୁସେନା କହିଛି ଯେ ବସ୍ତୁର ଅନୁସନ୍ଧାନ ପାଇଁ ଅନ୍ୟ ଦେଶ ତଥା ଅନୁଷ୍ଠାନ ସହ ସମନ୍ବୟ ରକ୍ଷା କରି ଏହା ଅନୁସନ୍ଧାନ କରାଯାଉଛି।

କଲମ୍ବିଆ ଦକ୍ଷିଣ ଆମେରିକା ମାଳଦ୍ୱୀପର ଉତ୍ତର-ପଶ୍ଚିମରେ ଅବସ୍ଥିତ। ଆମେରିକାର ପ୍ରତିରକ୍ଷା ସଚିବ ଓଲିଉଡ ଅଷ୍ଟିନ କହିଛନ୍ତି ଯେ ଆମେରିକାର ବାୟୁସେନା ଚାଇନା ବେଲୁନ ଅଧ୍ୟୟନ କରି ମୂଲ୍ୟବାନ ଗୁପ୍ତ ତଥ୍ୟ ସଂଗ୍ରହ କରିବାରେ ସକ୍ଷମ ହୋଇଛି। ଏହି ସମୟରେ ସେ ଅଭିଯୋଗ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପଙ୍କ ଶାସନ ସମୟରେ ମଧ୍ୟ ଚାଇନା ବେଲୁନ ଆମେରିକାର ବାୟୁ ପ୍ରତିରକ୍ଷା କ୍ଷେତ୍ର ଦେଇ ଯାଇଥିଲା। ତେବେ ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ ଓଲିଉଡ ଅଷ୍ଟିନଙ୍କ ଏହି ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri