ଏବେ ଗ୍ରାମାଞ୍ଚଳରେ ଡେଙ୍ଗୁ ବ୍ୟାପୁଛି

ଭୁବନେଶ୍ୱର,୧୭।୯(ଅଭିଜିତ ଦାସ)ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ନୂଆ ରୋଗୀଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୪୮ରେ ପହଞ୍ଚତ୍ଛି। ଖୋର୍ଦ୍ଧା ପରେ ଏବେ ପୁରୀରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି। ସବୁଠାରୁ ଉଦ୍‌ବେଗର ବିଷୟ ହେଉଛି ଏବେ ସହର ଭଳି ଗ୍ରାମାଞ୍ଚଳରେ ମଧ୍ୟ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ରାଜ୍ୟର ଟିପିଆର୍‌(ଟେଷ୍ଟ ପିଜିଟିଭ୍‌ ରେଟ୍‌) ୭.୯ ପ୍ରତିଶତ ରହିଛି। ପ୍ରାୟ ୯୮ ପ୍ରତିଶତ ଆକ୍ରାନ୍ତ ଘରେ ସୁସ୍ଥ ହେଉଥିଲେ ମଧ୍ୟ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବିଶେଷକରି ଡେଙ୍ଗୁ ନିରାକରଣ ପାଇଁ ଗୋଷ୍ଠୀ ସହଭାଗିତାକୁ ଗୁରୁତ୍ୱ ଦିଆଯାଇଛି।
ରାଜ୍ୟରେ ଶୁକ୍ରବାର ସୁଦ୍ଧା ୭୮,୭୨୧ ନମୁନା ପରୀକ୍ଷା କରାଯାଇଥିବାବେଳେ ୬୨୪୮ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ୨୬୯୪ ଚିହ୍ନଟ ହୋଇଥିବାବେଳେ ପୁରୀରୁ ୬୯୯ଜଣ ରୋଗୀ ରହିଛନ୍ତି। ସେହିପରି ବାଲେଶ୍ବରରୁ ୫୭୨, କଟକରୁ ୫୭୦, ଜଗତସିଂହପୁରରୁ ୩୧୦ ନୟାଗଡ଼ରୁ ୨୪୨ ଡେଙ୍ଗୁ ଏବଂ ସୁନ୍ଦରଗଡ଼ରୁ ୧୭୫ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଆର୍‌ଏମ୍‌ଆର୍‌ସିର ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି କହିଛନ୍ତି, ଡେଙ୍ଗୁ ଏକ ଆରଏନ୍‌ଏ ଭାଇରସ୍‌। ପୂର୍ବରୁ ଡେଙ୍ଗୁ କେବଳ ସହରାଞ୍ଚଳରେ ଦେଖାଯାଉଥିଲା। କିନ୍ତୁ ବର୍ତ୍ତମାନ ଗ୍ରାମାଞ୍ଚଳରେ ମଧ୍ୟ ଦେଖାଯାଉଛି। ଡେଙ୍ଗୁ ଭୂତାଣୁ ରୋଗୀଙ୍କ ଶରୀରରେ ଆଇଜିଏମ୍‌ ତିଆରି କରିଥାଏ, ଯାହା ଫଳରେ ଶରୀରର ରୋଗପ୍ରତିରୋଧକ ଶକ୍ତି କମିଯାଇଥାଏ। ତେଣୁ ଜ୍ୱର ହେବା ମାତ୍ରେ ଏନ୍‌ଏସ୍‌୧ ପଦ୍ଧତିରେ ରକ୍ତ ପରୀକ୍ଷା କରିବା ନିହାତି ଦରକାର। ବର୍ତ୍ତମାନ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ପିଏଚ୍‌ସିରେ ଟେଷ୍ଟିଂର ସୁବିଧା କରାଯାଇଛି। ଚଳିତବର୍ଷ ଡେଙ୍ଗୁ୨ର ଲକ୍ଷଣ ଦେଖାଯାଉଛି। ଖୁବ୍‌ଶୀଘ୍ର ଡେଙ୍ଗୁ ଉପରେ ଟିକା ବାହାରିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri