ଏବେ ଗ୍ରାମାଞ୍ଚଳରେ ଡେଙ୍ଗୁ ବ୍ୟାପୁଛି

ଭୁବନେଶ୍ୱର,୧୭।୯(ଅଭିଜିତ ଦାସ)ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ନୂଆ ରୋଗୀଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୪୮ରେ ପହଞ୍ଚତ୍ଛି। ଖୋର୍ଦ୍ଧା ପରେ ଏବେ ପୁରୀରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି। ସବୁଠାରୁ ଉଦ୍‌ବେଗର ବିଷୟ ହେଉଛି ଏବେ ସହର ଭଳି ଗ୍ରାମାଞ୍ଚଳରେ ମଧ୍ୟ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ରାଜ୍ୟର ଟିପିଆର୍‌(ଟେଷ୍ଟ ପିଜିଟିଭ୍‌ ରେଟ୍‌) ୭.୯ ପ୍ରତିଶତ ରହିଛି। ପ୍ରାୟ ୯୮ ପ୍ରତିଶତ ଆକ୍ରାନ୍ତ ଘରେ ସୁସ୍ଥ ହେଉଥିଲେ ମଧ୍ୟ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବିଶେଷକରି ଡେଙ୍ଗୁ ନିରାକରଣ ପାଇଁ ଗୋଷ୍ଠୀ ସହଭାଗିତାକୁ ଗୁରୁତ୍ୱ ଦିଆଯାଇଛି।
ରାଜ୍ୟରେ ଶୁକ୍ରବାର ସୁଦ୍ଧା ୭୮,୭୨୧ ନମୁନା ପରୀକ୍ଷା କରାଯାଇଥିବାବେଳେ ୬୨୪୮ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ୨୬୯୪ ଚିହ୍ନଟ ହୋଇଥିବାବେଳେ ପୁରୀରୁ ୬୯୯ଜଣ ରୋଗୀ ରହିଛନ୍ତି। ସେହିପରି ବାଲେଶ୍ବରରୁ ୫୭୨, କଟକରୁ ୫୭୦, ଜଗତସିଂହପୁରରୁ ୩୧୦ ନୟାଗଡ଼ରୁ ୨୪୨ ଡେଙ୍ଗୁ ଏବଂ ସୁନ୍ଦରଗଡ଼ରୁ ୧୭୫ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଆର୍‌ଏମ୍‌ଆର୍‌ସିର ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି କହିଛନ୍ତି, ଡେଙ୍ଗୁ ଏକ ଆରଏନ୍‌ଏ ଭାଇରସ୍‌। ପୂର୍ବରୁ ଡେଙ୍ଗୁ କେବଳ ସହରାଞ୍ଚଳରେ ଦେଖାଯାଉଥିଲା। କିନ୍ତୁ ବର୍ତ୍ତମାନ ଗ୍ରାମାଞ୍ଚଳରେ ମଧ୍ୟ ଦେଖାଯାଉଛି। ଡେଙ୍ଗୁ ଭୂତାଣୁ ରୋଗୀଙ୍କ ଶରୀରରେ ଆଇଜିଏମ୍‌ ତିଆରି କରିଥାଏ, ଯାହା ଫଳରେ ଶରୀରର ରୋଗପ୍ରତିରୋଧକ ଶକ୍ତି କମିଯାଇଥାଏ। ତେଣୁ ଜ୍ୱର ହେବା ମାତ୍ରେ ଏନ୍‌ଏସ୍‌୧ ପଦ୍ଧତିରେ ରକ୍ତ ପରୀକ୍ଷା କରିବା ନିହାତି ଦରକାର। ବର୍ତ୍ତମାନ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ପିଏଚ୍‌ସିରେ ଟେଷ୍ଟିଂର ସୁବିଧା କରାଯାଇଛି। ଚଳିତବର୍ଷ ଡେଙ୍ଗୁ୨ର ଲକ୍ଷଣ ଦେଖାଯାଉଛି। ଖୁବ୍‌ଶୀଘ୍ର ଡେଙ୍ଗୁ ଉପରେ ଟିକା ବାହାରିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

କେଉଁ ଦଳକୁ ଯିବେ ସୌମ୍ୟରଞ୍ଜନ, ଆସିଲା ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୮।୪: ପୂର୍ବତନ ଖଣ୍ଡପଡା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯେଉଁଥିରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri