ଚର୍ଚ୍ଚାରେ ବିଜେଡି, ଦଳର ନେତା: ଏବେ ଗୁଆହାଟୀ ମେଳିକୁ ନେଇ ବଢ଼ୁଛି ସନ୍ଦେହ 

ଭୁବନେଶ୍ୱର,୨।୨: ବର୍ତ୍ତମାନ ଚର୍ଚ୍ଚାରେ ବିଜେଡି ଓ ଦଳର ନେତା। କିଛି ଦିନ ତଳେ ନେତାଜୀ ଜୟନ୍ତୀରେ କଟକରେ ବିଜେଡିର ଯୁବ ନେତା ଏକାଠି ହୋଇଥିଲେ । ଦେବାଶିଷ ସାମନ୍ତରାୟଙ୍କ ଘରେ ଯୁବ ନେତା ଏକାଠି ହେବାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା।
ଅନ୍ୟପକ୍ଷେ କାର୍ତ୍ତିକ ପାଣ୍ଡିଆନ  ନବୀନ ନିବାସରେ ସକ୍ରିୟ ଥିବା କିଛି ଦିନ ତଳେ ଗଣମାଧ୍ୟମକୁ ମନ୍ମଥ ରାଉତରାୟ କହିଥିଲେ । ତେବେ  ବାରମ୍ବାର ନେତାଙ୍କ ଏପରି ମେଳିକୁ ନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା  ହେବା ସହ ସାଧାରଣରେ ମଧ୍ୟ ଚର୍ଚ୍ଚା ହୋଇଛି ।
ବର୍ତ୍ତମାନ ରାଜ୍ୟ ବାହାରେ ଆସାମର ଗୁଆହାଟୀରେ ବରିଷ୍ଠ ନେତାଙ୍କ ଭେଟ୍‌ଘାଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଗୁଆହାଟୀର ଏକ ହୋଟେଲରେ ବରିଷ୍ଠ ନେତାଙ୍କୁ ଦେଖିବାକୁ ମିଳିଛି । ପ୍ରଭାତ ତ୍ରିପାଠୀ, ସଞ୍ଜୟଦାସବର୍ମା, ବିଜୟ ମହାପାତ୍ର, ସୁଶାନ୍ତ ରାଉତଙ୍କ ପରି ନେତା ଏକାଠି ହୋଇଥିଲେ। କେଉଁ ବିଷୟରେ ଆଲୋଚନା ହୋଇଛି ତାହା ଏଯାବତ୍‌ ସ୍ପଷ୍ଟ ହୋଇନାହିଁ  ।
ହେଲେ ପ୍ରଭାତ ତ୍ରିପାଠୀ କହିଛନ୍ତି,  ଏକ ସାମାଜିକ କାର୍ଯ୍ୟକ୍ରମରେ ଏକାଠି ହୋଇଥିଲୁ।  ଏହାକୁ ନେଇ କିଏ କ’ଣ ଚର୍ଚ୍ଚା ଆଲୋଚନା କରୁଥାଇପାରନ୍ତି।
ଏବେ ବିଜେଡି ନେତା ବବି ଦାସ ଏବେ ଯାଜପୁର ପାଇଁ ଅଲୋଡ଼ା ହୋଇଯାଇଛନ୍ତି। ଯିଏ ଦିନେ ଦଳର ଟିକ୍‌ନିକ୍‌ କଥା ବୁଝୁଥିଲେ ତାଙ୍କ ଇଙ୍ଗିତରେ କୁଆଡ଼େ ଦଳ ଉଠ୍‌ବସ୍‌ ହେଉଥିଲା ଆଜି ତାଙ୍କୁ କୌଣସି ଦାୟିତ୍ୱ ଦେଇନାହାନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ବବିଙ୍କୁ ନବୀନ ସଂଗଠନ ସମ୍ଭାଳିବାକୁ ଆଉ ଦାୟିତ୍ୱ ଦେଇନାହାନ୍ତି। ବିଜେଡି ସଂଗଠନ ସମ୍ପାଦକ ପଦରୁ ବବି ହଟିବା ପରେ ସୁପ୍ରିମୋ ଆଉ ବବିଙ୍କୁ ଯାଜପୁର ଦାୟିତ୍ୱ ଦେଇନାହାନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ନାନା ଚର୍ଚ୍ଚା ହେଉଛି।

ଅନ୍ୟପକ୍ଷରେ ସପ୍ତାହକ ତଳେ ନବୀନ ଦଳର ବିଭିନ୍ନ ସଂଗଠନକୁ ଭାଙ୍ଗି ଦେଇଥିଲେ। ବିଜୁ ମହିଳା ଜନତା ଦଳ, ବିଜୁ ଯୁବ ଜନତା ଦଳ, ବିଜୁ ଛାତ୍ର ଜନତା ଦଳ, ବିଜୁ ଶ୍ରମିକ ସାମ୍ମୁଖ୍ୟ, ଲିଗାଲ ସେଲ ଆଦି ପ୍ରମୁଖ ସଂଗଠନଗୁଡ଼ିକ ମଧ୍ୟରେ ରହିଥିଲା ।

ବିଜେଡିରେ ସାଙ୍ଗଠନିକ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହେଇଛି । ଖୁବଶୀଘ୍ର ସାଂଗଠନିକ ନିର୍ବାଚନ ହେବ।ବିଧାୟକ ପ୍ରତାପ ଦେବଙ୍କୁ ରିଟର୍ଣ୍ଣିଂ ଅଫିସର ଭାବେ ନିଯୁକ୍ତ କରାଯାଇଛି । ବର୍ତ୍ତମାନ ସବୁଠୁ ଚର୍ଚ୍ଚାର ବିଷୟ ହେଉଛି ବିଜେଡିର ସୁପ୍ରିମୋ ଭାବରେ ନବୀନ ପଟ୍ଟନାୟକ ରହିବେ ନା ସେ ଆଉ କାହାକୁ ଉତ୍ତରଦାୟିତ୍ୱ ଦେବେ। ତାକୁ ନେଇ ଚର୍ଚ୍ଚା ଜୋର ଧରିଛି।

ବିଜେଡି ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ତାଙ୍କ ପ୍ରତିକ୍ରିୟାରେ କହିଥିଲେ, ସାଂଗଠନିକ କାର୍ଯ୍ୟକଳାପ ଦଳର ଗୋଟେ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ସବୁ ବର୍ଷ ନିର୍ଦ୍ଧାରିତ ସମୟରେ ଆମ ନିର୍ବାଚନ ହୁଏ। ଜିଲା ନିର୍ବାଚନ ଅଧିକାରୀଙ୍କ ନାମ ମୁଖ୍ୟ ନିର୍ବାଚନ ଅଧିକାରୀ ଘୋଷଣା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri