ଏଣିକି ପ୍ରତି ମାସରେ ‘ଶ୍ରୀଜଗନ୍ନାଥାୟନ’

ପୁରୀ ଅଫିସ ୨ା୮:ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସୋମବାର ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ପ୍ରଥମଥର ପାଇଁ ଜଗନ୍ନାଥ ସଂସ୍କୃତି ଉପରେ ଆଧାରିତ ‘ଶ୍ରୀଜଗନ୍ନାଥାୟନ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଣିକି ପ୍ରତ୍ୟେକ ମାସର ପ୍ରଥମ ଦିନରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିଦ୍ଦେର୍ର୍ଶକ ରଞ୍ଜନ କୁମାର ଦାସ ଏଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଘୋଷଣା କରିଛନ୍ତି। ସେହିପରି ଆସନ୍ତା ଏକ ମାସ ମଧ୍ୟରେ ରାଜ୍ୟର ସର୍ବପୁରାତନ ମଞ୍ଚ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ ଶୀତତାପ ନିୟନ୍ତ୍ରିତ ହେବ ବୋଲି ଦାସ କହିଛନ୍ତି। ଉତ୍କଳୀୟ ତଥା ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କରି ମହାପ୍ରଭୁଙ୍କୁ ବିଶ୍ୱମୟ କରିବା ପାଇଁ ରାଜ୍ୟ ସରକାର ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପ୍ରତିଶ୍ରୁତିବଦ୍ଧ ବୋଲି ଦାସ କହିଛନ୍ତି। ଏକାଡେମୀର ସଚିବ ପ୍ରବୋଧ କୁମାର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ସାମାଜିକ କର୍ମୀ ଚକ୍ରଧର ମହାପାତ୍ର, ପ୍ରସନ୍ନ ମିଶ୍ର, ପ୍ରଫୁଲ୍ଲ କୁମାର ସାମନ୍ତରାୟ ଏବଂ ହେମନ୍ତ କୁମାର ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଶ୍ରୀଜଗନ୍ନାଥାୟନ କାର୍ଯ୍ୟକ୍ରମର ସଫଳତା ପାଇଁ ପୁରୀ ଜିଲାର ନୃତ୍ୟ, ସଙ୍ଗୀତ ଓ ନାଟ୍ୟ କଳାକାରଙ୍କ ସମେତ ଦେଶ ବିଦେଶର ପର୍ଯ୍ୟଟକ ଏହି କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ବିଭାଗର ନିର୍ଦ୍ଦେଶକ ଏବଂ ଏକାଡେମୀର ସଚିବ ଆହ୍ବାନ କରିଥିଲେ।
ବହୁ ବିଳମ୍ବରେ ହେଲେ ମଧ୍ୟ ରାଜ୍ୟ ସରକାର ଶ୍ରୀକ୍ଷେତ୍ରରେ ଶ୍ରୀଜଗନ୍ନାଥାୟନ କାର୍ଯ୍ୟକ୍ରମ ଆରମ୍ଭ କରିଥିବାରୁ ଶ୍ରୀଜଗନ୍ନାଥ ଧର୍ମ ସଂସ୍କୃତି ସୁରକ୍ଷା ସଙ୍ଗଠନର ରାଜ୍ୟ ସଭାପତି ବଦ୍ରି ମିଶ୍ର ଓଡ଼ିଶା ଭାଷା ସାହିତ୍ୟ, ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀକୁ କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଗୁରୁ ଚନ୍ଦ୍ରମଣି ଲେଙ୍କା ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ। ପରେ ଧୀରେନ୍ଦ୍ର ମଲ୍ଲିକଙ୍କ ନିର୍ଦ୍ଦେଶନାରେ ନାଟକ ‘ଦଶାବତାର’ ପରିବେଷଣ ହୋଇଥିଲା। କାର୍ଯ୍ୟକ୍ରମରେ ଗୀତିକାର ବଦ୍ରି ପାତ୍ର, ନାଟ୍ୟ ନିଦ୍ଦେର୍ର୍ଶକ ବିକ୍ରମ ସାହୁ, ଗୋପ ପଢିଆରୀ, ବୀରେନ୍ଦ୍ର ଗୋଛିକାର, ଗୋବିନ୍ଦ ମହାନ୍ତି, ପ୍ରତିମା ମିଶ୍ର, ଅନାମ ସାହୁ, ବିଶ୍ୱନାଥ ମହାପାତ୍ର, ବିକାଶ ଦତ୍ତ, ରୂପା ମହାନ୍ତି, ରାମକୃଷ୍ଣ ମହାପାତ୍ର, ଅଶୋକ ଦାସ, ସୁରେନ୍ଦ୍ର ନାୟକ, ଆର୍ତ୍ତତ୍ରାଣ ଶତପଥୀ, ଶିବ ସୁନ୍ଦର ମିଶ୍ର, ଅଶୋକ ମହାନ୍ତି, ବିଜୟ ପଣ୍ଡା, କାଳୁ ଦାଶ ଏବଂ ସୁଚରିତା ପ୍ରତିହାରୀ ପ୍ରମୁଖ ଉପସ୍ଥିତ ଥିଲେ। ସଭା ପୂର୍ବରୁ ସିଂହଦ୍ୱାରଠାରୁ ପୁରୀର କଳାକାର, ସଙ୍ଗୀତଜ୍ଞ ଓ ନୃତ୍ୟଶିଳ୍ପୀମାନେ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ଆସି ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ ନିକଟରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri