ଏଣିକି ପ୍ରତି ମାସରେ ‘ଶ୍ରୀଜଗନ୍ନାଥାୟନ’

ପୁରୀ ଅଫିସ ୨ା୮:ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସୋମବାର ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ପ୍ରଥମଥର ପାଇଁ ଜଗନ୍ନାଥ ସଂସ୍କୃତି ଉପରେ ଆଧାରିତ ‘ଶ୍ରୀଜଗନ୍ନାଥାୟନ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଣିକି ପ୍ରତ୍ୟେକ ମାସର ପ୍ରଥମ ଦିନରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିଦ୍ଦେର୍ର୍ଶକ ରଞ୍ଜନ କୁମାର ଦାସ ଏଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଘୋଷଣା କରିଛନ୍ତି। ସେହିପରି ଆସନ୍ତା ଏକ ମାସ ମଧ୍ୟରେ ରାଜ୍ୟର ସର୍ବପୁରାତନ ମଞ୍ଚ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ ଶୀତତାପ ନିୟନ୍ତ୍ରିତ ହେବ ବୋଲି ଦାସ କହିଛନ୍ତି। ଉତ୍କଳୀୟ ତଥା ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କରି ମହାପ୍ରଭୁଙ୍କୁ ବିଶ୍ୱମୟ କରିବା ପାଇଁ ରାଜ୍ୟ ସରକାର ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପ୍ରତିଶ୍ରୁତିବଦ୍ଧ ବୋଲି ଦାସ କହିଛନ୍ତି। ଏକାଡେମୀର ସଚିବ ପ୍ରବୋଧ କୁମାର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ସାମାଜିକ କର୍ମୀ ଚକ୍ରଧର ମହାପାତ୍ର, ପ୍ରସନ୍ନ ମିଶ୍ର, ପ୍ରଫୁଲ୍ଲ କୁମାର ସାମନ୍ତରାୟ ଏବଂ ହେମନ୍ତ କୁମାର ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଶ୍ରୀଜଗନ୍ନାଥାୟନ କାର୍ଯ୍ୟକ୍ରମର ସଫଳତା ପାଇଁ ପୁରୀ ଜିଲାର ନୃତ୍ୟ, ସଙ୍ଗୀତ ଓ ନାଟ୍ୟ କଳାକାରଙ୍କ ସମେତ ଦେଶ ବିଦେଶର ପର୍ଯ୍ୟଟକ ଏହି କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ବିଭାଗର ନିର୍ଦ୍ଦେଶକ ଏବଂ ଏକାଡେମୀର ସଚିବ ଆହ୍ବାନ କରିଥିଲେ।
ବହୁ ବିଳମ୍ବରେ ହେଲେ ମଧ୍ୟ ରାଜ୍ୟ ସରକାର ଶ୍ରୀକ୍ଷେତ୍ରରେ ଶ୍ରୀଜଗନ୍ନାଥାୟନ କାର୍ଯ୍ୟକ୍ରମ ଆରମ୍ଭ କରିଥିବାରୁ ଶ୍ରୀଜଗନ୍ନାଥ ଧର୍ମ ସଂସ୍କୃତି ସୁରକ୍ଷା ସଙ୍ଗଠନର ରାଜ୍ୟ ସଭାପତି ବଦ୍ରି ମିଶ୍ର ଓଡ଼ିଶା ଭାଷା ସାହିତ୍ୟ, ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀକୁ କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଗୁରୁ ଚନ୍ଦ୍ରମଣି ଲେଙ୍କା ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ। ପରେ ଧୀରେନ୍ଦ୍ର ମଲ୍ଲିକଙ୍କ ନିର୍ଦ୍ଦେଶନାରେ ନାଟକ ‘ଦଶାବତାର’ ପରିବେଷଣ ହୋଇଥିଲା। କାର୍ଯ୍ୟକ୍ରମରେ ଗୀତିକାର ବଦ୍ରି ପାତ୍ର, ନାଟ୍ୟ ନିଦ୍ଦେର୍ର୍ଶକ ବିକ୍ରମ ସାହୁ, ଗୋପ ପଢିଆରୀ, ବୀରେନ୍ଦ୍ର ଗୋଛିକାର, ଗୋବିନ୍ଦ ମହାନ୍ତି, ପ୍ରତିମା ମିଶ୍ର, ଅନାମ ସାହୁ, ବିଶ୍ୱନାଥ ମହାପାତ୍ର, ବିକାଶ ଦତ୍ତ, ରୂପା ମହାନ୍ତି, ରାମକୃଷ୍ଣ ମହାପାତ୍ର, ଅଶୋକ ଦାସ, ସୁରେନ୍ଦ୍ର ନାୟକ, ଆର୍ତ୍ତତ୍ରାଣ ଶତପଥୀ, ଶିବ ସୁନ୍ଦର ମିଶ୍ର, ଅଶୋକ ମହାନ୍ତି, ବିଜୟ ପଣ୍ଡା, କାଳୁ ଦାଶ ଏବଂ ସୁଚରିତା ପ୍ରତିହାରୀ ପ୍ରମୁଖ ଉପସ୍ଥିତ ଥିଲେ। ସଭା ପୂର୍ବରୁ ସିଂହଦ୍ୱାରଠାରୁ ପୁରୀର କଳାକାର, ସଙ୍ଗୀତଜ୍ଞ ଓ ନୃତ୍ୟଶିଳ୍ପୀମାନେ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ଆସି ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ ନିକଟରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri