ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା ହୋଇ ମୃତ । ସୂଚନା ଅନୁଯାଇ ସେଟରାଇ ଗ୍ରାମର ରାଜୁ ମାରିଙ୍କ ସାନ ପୁଅ କାମେଶ ବ୍ଲକ ସଦର ମହକୁମା ସ୍ଥିତ ପିଏମଶ୍ରୀ ହାଇସ୍କୁଲରେ ଦଶମ ଶ୍ରେଣୀରେ ପାଠ ପଢି ଚଳିତ ବର୍ଷ ପରୀକ୍ଷା ଦେଇ ହୋଇଥିଲେ ଫେଲ୍‌ । ଯାହାକି ବାପା ମା ଏବଂ ପରିବାର ବର୍ଗଙ୍କ ଦାଗିଦ ଭୟରେ ନିଜ ସାଙ୍ଗମାନଙ୍କ ସହ ମିଶି ପଡୋଶୀ ଆନ୍ଧ୍ର ରାଜ୍ୟର ଭିମାମାରାମ ଜିଲାକୁ ଦାଦନ ଶ୍ରମିକ ହୋଇ ଚାଲି ଯାଇଥିଲେ । ଉକ୍ତ ଜିଲାର ଏକ ଚିଙ୍ଗୁଡ଼ି କାରଖାନାରେ ଗତ ୧୫ ଦିନ ହେଲା କାର୍ଯ୍ୟ କରୁଥିବା ବେଳେ ରବିବାର ଭୋର ସକାଳୁ ଉକ୍ତ ଅଞ୍ଚଳର କିଛି ଯୁବକଙ୍କ ସହ ମିଶି ଏକ ମୋଟର ସାଇକେଲରେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଅନ୍ୟ ଏକ ମୋଟର ସାଇକେଲ ସହ ମୁହାଁମୁହିଁ ହୋଇ ଦୁର୍ଘଟଣା ହୋଇଥିଲା । ଯେଉଁଥିରେ କି ଦୁର୍ଘଟଣା ସ୍ଥଳେ ହିଁ କାମେଶଙ୍କ ମୃତ୍ୟୁ ହୋଇଥିଲା । ଏହାର କିଛି ସମୟ ପରେ ଭିମାମାରାମ ଜିଲା ପୋଲିସଙ୍କ ଠାରୁ ଖବରପାଇ ମୃତ କାମେଶଙ୍କ ବାପା ରାଜୁଙ୍କ ସମେତ ସମ୍ପର୍କୀୟମାନେ ଆନ୍ଧ୍ର ରାଜ୍ୟର ଭିମାମାରାମ ଅଞ୍ଚଳରେ ପହଞ୍ଚି ମୃତ କାମେଶଙ୍କ ମୃତଶରୀରକୁ ଶେଷ ଦର୍ଶନ କରି ପୋଲିସ ସହାୟତାରେ ଶବ ବ୍ୟବଚ୍ଛେଦ କରି ନିଜ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପହଞ୍ଚି ଥିବା ଜଣାପଡିଛି । ସେପଟେ ମୃତ କାମେଶ ମରଶରୀର କିପରି ନିଜ ଗ୍ରାମରେ ପହଞ୍ଚିବ ସେନେଇ ସହଯୋଗର ହାତ ବଢାଇ ଚିଙ୍ଗୁଡି କାରଖାନା ମାଲିକ ଆମ୍ବୁଲାନ୍ସ ଯୋଗାଇ ଦେଇଥିବା ସହ ୫୦ ହଜାର ଟଙ୍କା ସହାୟତା ଦେଇ ପଠାଇବାରେ ସାହାଯ୍ୟ କରିଥିବା ମୃତ କାମେଶଙ୍କ ବାପା ରାଜୁ ପ୍ରକାଶ କରିଛି । ଅନ୍ୟପକ୍ଷରେ ମୃତ କାମେଶ ଘରର ସାନ ପୁଅ ହୋଇଥିବା ବେଳେ ଦାଦନ ଶ୍ରମିକ ଭାବେ ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବେଳେ ଓଡ଼ିଶା ସରକାର ଏବଂ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ପରିବାର ବର୍ଗଙ୍କୁ କିଛି ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଏବଂ ସମ୍ପର୍କୀୟମାନେ ଗୁହାରୀ କରିଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri