Posted inଜାତୀୟ

ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ଅଛନ୍ତି, ନିର୍ବାଚନ ପରେ…ଏକନାଥ ଶିନ୍ଦେଙ୍କୁ ନେଇ ବଡ଼ ଇସାରା ଦେଲେ ଫଡନବିସ

ମୁମ୍ବାଇ,୩୦।୮: ଡିସେମ୍ବର ପୂର୍ବରୁ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ମହାରାଷ୍ଟ୍ର ରାଜନୀତି ଉଠୁଛି ପଡୁଛି। ତେବେ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ରାଜ୍ୟର ଡେପୁଟି ସିଏମ ଦେବେନ୍ଦ୍ର ଫଡନବିସ ରାଜ୍ୟ ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। ଯେତେବେଳେ ଫଡନବିସଙ୍କୁ ପଚରାଗଲା ଯେ ମହାୟୁତିରେ କିଏ ଏକ ନମ୍ବର ନେତା? ଆଉ ବିଧାନସଭା ନିର୍ବାଚନ ହେଲେ ମୁଖ୍ୟମନ୍ତ୍ରୀ ଚେହେରା କିଏ ହେବେ? ସେ ସ୍ପଷ୍ଟ ଭାବେ କହିଛନ୍ତି, ବର୍ତ୍ତମାନ କେବଳ ଏକନାଥ ସିନ୍ଦେ ହେଉଛନ୍ତି ମୁଖ୍ୟମନ୍ତ୍ରୀ। ଆମେ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ନିର୍ବାଚନରେ ଓହ୍ଲାଇବାକୁ ଯାଉଛୁ। ଫଳାଫଳ ଆସିବା ପରେ, ନିଷ୍ପତ୍ତି ହେବ ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ କିଏ ହେବେ।

କିଛି ପୁରୁଣା ଲୋକ ଫେରି ଆସିଲେ ଦଳରେ କିଛି ପରିବର୍ତ୍ତନ ଦେଖାଯିବ କି? ଏହା ଉପରେ ଫଡନବିସ କହିଛନ୍ତି, ଆମେ ବହୁତ ଭଲ ମେଣ୍ଟରେ ଅଛୁ। ଏଥିରୁ କେହି ଓହରିବେ ନାହିଁ। ଆମେ ଏକାଠି ଲଢି ନିର୍ବାଚନ ଜିତିବୁ। ଦଳର ଏକ ନମ୍ବର ପଦବୀ ଅର୍ଥାତ୍‌ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଆମ ମଧ୍ୟରେ କୌଣସି ଟେନସନ ନାହିଁ। ନିର୍ବାଚନ ପରେ ସମସ୍ତ ତିନି ଦଳ ମିଶି ଏହା ଉପରେ ନିଷ୍ପତ୍ତି ନେବୁ। ବର୍ତ୍ତମାନ ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ଅଛନ୍ତି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ନିର୍ବାଚନ ହେବାକୁ ଯାଉଛି। ତେବେ ପର ମୂହୁର୍ତ୍ତରେ ମୁଖ୍ୟମନ୍ତ୍ରୀ କିଏ ହେବ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?