ଏବେ ରାନୁ ମଣ୍ଡଳଙ୍କ ନାଁ ଶୁଣିଲେ ପ୍ରଚଣ୍ଡ ରାଗୁଛନ୍ତି ହିମେଶ

ମୁମ୍ବାଇ: ବଲିଉଡ୍‌ କମ୍ପୋଜର, ଗାୟକ ତଥା ଅଭିନେତା ହିମେଶ ରେଶମିୟା ନିଜର କଠୋର ଆଭିମୁଖ୍ୟ ପାଇଁ ବେଶ୍‌ ଜଣାଶୁଣା। ମ୍ୟୁଜିକ୍‌ ଶୋ’ ସମୟରେ ହେଉ କି ଖବରଦାତାଙ୍କ ପ୍ରଶ୍ନ ପାଇଁ ହେଉ ସେ ରୋକ୍‌ଠୋକ୍‌ ଜବାବ ଦିଅନ୍ତି। ଏବେ ଏକ କାର୍ଯ୍ୟକ୍ରମରେ ଫଟୋଗ୍ରାଫରମାନେ ହିମେଶଙ୍କୁ ରାନୁ ମଣ୍ଡଳଙ୍କ ବିଷୟରେ ପଚାରିଦେଲେ। ଏହା ଶୁଣି ହିମେଶ ରାଗି ନିଆଁବାଣ। ଫଟୋଗ୍ରାଫର ରାନୁଙ୍କ ସେଲ୍‌ଫି ବିବାଦ ସମ୍ପର୍କରେ ହିମେଶଙ୍କୁ ପ୍ରଶ୍ନ ପଚାରିଦେଲେ। ହିମେଶ ରାଗି କି କହିଲେ ମୁଁ ତାଙ୍କ ମ୍ୟାନେଜର ନୁହେଁ। ଏ ବିଷୟରେ ଯାଆନ୍ତୁ ରାନୁଙ୍କୁ ପଚାରିବେ ସେ ଅଧିକ କହିପାରିବେ।

ମୁଁ ଅନେକ ଲୋକଙ୍କୁ ବ୍ରେକ୍‌ ଦେଇଛି। ମାତ୍ର ଯଦି କାହା ଜୀବନରେ କିଛି ଘଟେ ତା’ର ଉତ୍ତର ମୁଁ ଦେଇପାରିବି ନାହିଁ। ରାନୁଙ୍କ ସ୍ବର ଲତା ମଙ୍ଗେସକରଙ୍କ ପରି ଥିଲା। ମୁଁ ତାଙ୍କୁ ଗୀତ ଗାଇବା ପାଇଁ ସୁଯୋଗ ଦେଇଥିଲି। ସେ ତାଙ୍କ ଫିଲ୍ମ ‘ହାପି ହାର୍ଡି ଆଣ୍ଡ୍‌ ହୀର୍‌’ରେ ରାନୁଙ୍କୁ ଗୀତ ଗାଇବା ପାଇଁ ସୁଯୋଗ ଦେଇଥିଲେ। ଏବେ ଆଉ ରାନୁଙ୍କୁ ଦେଖିବାକୁ ମିଳୁନି। ରାନୁ ପଶ୍ଚିମବଙ୍ଗର ରାଣାଘାଟ ରେଲ୍‌ଓ୍ବେ ଷ୍ଟେଶନରେ ଗୀତ ଗାଇ ଏକଦା ଚର୍ଚ୍ଚାକୁ ଆସିଥିଲେ। ଜଣେ ବ୍ୟକ୍ତି ଏହାର ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିଥିଲେ। ଯେଉଁଥିରେ ରାନୁ ଲତା ମଙ୍ଗେସକରଙ୍କ ଗୀତ ‘ଏକ ପ୍ୟାର କା ନଗମା’ ଗାଉଥିଲେ। ଭିଡିଓ ଭାଇରାଲ ହେବା ପରେ ରାତାରାତି ରାନୁ ଷ୍ଟାର ପାଲଟିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri