ଏଣିକି ନିଜ ଲଢ଼େଇ ନିଜର: ରାମଜୀ ଡିଗ୍ରୀ କଲେଜ ଚଳଚଞ୍ଚଳ

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ମଙ୍ଗଳବାର ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ହରିଶ୍ଚନ୍ଦ୍ର ପାଇକ ଏବଂ ଆଇନଜୀବୀ ହରପ୍ରସାଦ ରଥ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଦେଶର ନାରୀ ସୁରକ୍ଷିତ ରହିଲେ ହିଁ ଦେଶ ସୁରକ୍ଷିତ ରହିବ ବୋଲି ଅତିଥି ବୃନ୍ଦ ମତବ୍ୟକ୍ତ କରିବା ସହ ପ୍ରତ୍ୟେକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ସମସ୍ତ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ନେଇ ନିଜକୁ ଦକ୍ଷ କରିବା ଆବଶ୍ୟକ ବୋଲି କହିଥିଲେ। କାର୍ଯ୍ୟଯକ୍ରମ ପରିଚାଳନାରେ ଭାରତ ସ୍କାଉଟ ଓ ଗାଇଡର ପ୍ରଶିକ୍ଷକ ଅଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡା, ଲିଙ୍ଗରାଜ ପାଣିଗ୍ରାହୀ, ଅଧ୍ୟାପିକା ସସ୍ମିତା ପ୍ରଧାନ ଏବଂ କୁମାରୀ ପ୍ରିୟଦର୍ଶିନୀ ପ୍ରଧାନ ସହଯୋଗ କରିଥିଲେ । ଶେଷରେ କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ରଶ୍ମିତା କୁମାରୀ ମେକାପ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଉଲ୍ଲେଖନୀୟ ସେବା ଯୋଗାଇ ସୁନ୍ଦରଗଡ ଜିଲାରୁ ଫେରିଥିବା ଭାରତ ସ୍କାଉଟ ଓ ଗାଇଡର ଛାତ୍ରୀଛାତ୍ର ମାନଙ୍କୁ କଲେଜ ପକ୍ଷରୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri