ଏବେ ମୋ ସ୍ବାମୀଙ୍କ ଆତ୍ମାକୁ ଶାନ୍ତି ମିଳିବ: କାହିଁକି ଏମିତି କହିଲେ ପ୍ରିୟଦର୍ଶିନୀ

ବାଲେଶ୍ୱର,୨୯ା୭(ବାଞ୍ଛାନିଧି ଦେ):ଅପରେଶନ୍‌ ‘ସିନ୍ଦୂର’ ମୁଁ ଏବଂ ମୋ ଭଳି ସିନ୍ଦୂର ହରାଇଥିବା ସମସ୍ତ ମହିଳାଙ୍କ ପାଇଁ ଥିଲା ଏକପ୍ରକାର ନ୍ୟାୟ। ଅପରେଶନ୍‌ ‘ସିନ୍ଦୂର’ ପରେ ଭାବିଥିଲି ଆଉ କେହି ଆତଙ୍କବାଦୀ ଧରାପଡ଼ିବେନି। କିନ୍ତୁ ସରକାର ଓ ଭାରତୀୟ ସେନା ଭିତରେ ଭିତରେ ଯେଉଁ ଅପରେଶନ୍‌ ଚଳାଇଥିଲେ ତାହା ସଫଳ ହୋଇଛି। ଘଟଣାର ୩ମାସ ପରେ ପହଲଗାମ୍‌ ଆକ୍ରମଣର ମାଷ୍ଟରମାଇଣ୍ଡ କୁହାଯାଉଥିବା ହାସିମ ମୂଷା ଓ ଅନ୍ୟ ୨ ଆତଙ୍କୀ ନିପାତ ହେବା ଘଟଣାରେ ମୁଁ ଖୁସି। ଶ୍ରାବଣ ମାସ ସୋମବାରରେ ଅପରେଶନ୍‌ ‘ମହାଦେବ’ ତାଣ୍ଡବଲୀଳା ଦେଖାଇଛନ୍ତି। ୩ ଆତଙ୍କବାଦୀ ନିପାତ ହୋଇଛନ୍ତି। ସରକାର ଓ ଭାରତୀୟ ସେନାଙ୍କୁ କୃତଜ୍ଞତା ଜଣାଉଛି। ମୋ ସ୍ବାମୀଙ୍କ ଆମତ୍ାକୁ ଆଜି ନିଶ୍ଚୟ ଶାନ୍ତି ମିଳିବ ବୋଲି ଆତଙ୍କୀ ହମ୍‌ଲାରେ ପ୍ରାଣ ହରାଇଥିବା ପ୍ରଶାନ୍ତ ଶତପଥୀଙ୍କ ସ୍ତ୍ରୀ ପ୍ରିୟଦର୍ଶିନୀ ସୋମବାର କୋହଭରା କଣ୍ଠରେ ‘ଧରିତ୍ରୀ’କୁ ପ୍ରତିକ୍ରିୟା ଦେଇଛନ୍ତି।
ପ୍ରକାଶ ଯେ, ବାଲେଶ୍ୱର ସଦର ବ୍ଲକ ସାରଗାଁ ପଞ୍ଚାୟତ ଅନ୍ତର୍ଗତ ଇଶାଣୀ ଗ୍ରାମର ପ୍ରଶାନ୍ତ ଶତପଥୀ (୪୧) ବାଲେଶ୍ୱର ସିପେଟ୍‌ରେ ଆକାଉଣ୍ଟାଣ୍ଟ ଭାବେ ଚାକିରି କରୁଥିଲେ। ଗତ ଏପ୍ରିଲ ୧୯ରେ ସ୍ତ୍ରୀ ପ୍ରିୟଦର୍ଶିନୀ ଓ ୮ ବର୍ଷୀୟ ପୁଅ ତନୁଜକୁ ନେଇ ଜମ୍ମୁକଶ୍ମୀର ବୁଲିବାକୁ ଯାଇଥିଲେ। ୨୨ ତାରିଖରେ ପହଲଗାମ୍‌ର ବୈସରନରେ ପୁଅ ଓ ସ୍ତ୍ରୀଙ୍କ ସହିତ ପ୍ରଶାନ୍ତ ବୁଲୁଥିବା ବେଳେ ଆତଙ୍କବାଦୀମାନେ ତାଙ୍କୁ ଗୁଳିମାଡ଼ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri