ହସ୍ପିଟାଲରେ ଥିବା କରୋନା ସଂକ୍ରମିତଙ୍କର ହେବ ଜିନୋମ ସିକ୍ୱେଂସିଂଗ

ନୂଆଦିଲ୍ଲୀ,୨୮ ।୬: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ଭାଇରସର ନୂଆ ଭାରିଏଣ୍ଟକୁ ଚିହ୍ନିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି । ଏଥିପାଇଁ ଏଥର ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତଙ୍କର ସାମ୍ପଲର ଜିନୋମ ସିକ୍ୱେଂସିଂଗ କରାଯିବ । ଏଥିରେ ଦେଖାଯିବ ଯେ ଏମିତି କେଉଁ କାରଣ ରହିଲା ଯେଉଁଥିପାଇଁ ଜଣେ ସଂକ୍ରମିତଙ୍କୁ ହସ୍ପିଟାଲରେ ଭର୍ତ୍ତି ହେବାକୁ ପଡିଲା । ସଂକ୍ରମିତଙ୍କ ସ୍ଥିତି ଓ ଜୀବନ ପ୍ରତି ବିପଦ ଅଛି କି ନା ତାହା ଦେଖାଯିବ । ଏହାସହ ଟିକାକରଣ ଓ ଅନ୍ୟ ରୋଗ ସମ୍ପର୍କରେ ମଧ୍ୟ ତଥ୍ୟ ନିଆଯିବ ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ଏପର୍ଯ୍ୟନ୍ତ କରୋନା ଭାଇରସର କୌଣସି ନୂଆ ଭାରିଏଣ୍ଟ ଥିବା ସୂଚନା ମିଳିନାହିଁ । ଏବେ ପର୍ଯ୍ୟନ୍ତ ଓମିକ୍ରନର ସବ ଭାରିଏଣ୍ଟ ସାମ୍ନାକୁ ଆସିଛି । ଦିଲ୍ଲୀ-ମହାରାଷ୍ଟ୍ର ସମେତ ଅନ୍ୟ କିଛି ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ହେଲେ କିଛି ଦେଶରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢିବା ସହ ହସ୍ପିଟାଲରେ ରୋଗୀଙ୍କ ସଂଖାରେ ବି ବୃଦ୍ଧି ଘଟିଛି । ସେଥିପାଇଁ କେନ୍ଦ୍ର ସରକାରଙ୍କ ବିଭିନ୍ନ କୋଭିଡ-୧୯ ସମିତି ଜିନୋମ ସିକ୍ୱେଂସିଂଗ ମାଧ୍ୟମରେ ବର୍ତ୍ତମାନ ସ୍ଥିତି ଜାଣିବାକୁ ଏଭଳି ଯାଜନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri