Posted inଜାତୀୟ

ଏବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ନିର୍ବାଚନ ପରେ କ’ଣ ହେବାକୁ ଯାଉଛି କହିଲେ …

ଲକ୍ଷ୍ନୌ,୨୪।୫: ରାଜନୀତିର ଚାଣକ୍ୟ ପ୍ରଶାନ୍ତ କିଶୋର ଆଜିକାଲି ବେଶ ଚର୍ଚ୍ଚାରେ ଅଛନ୍ତି। ଯେକୌଣସି ନିର୍ବାଚନରେ ତାଙ୍କର ଆକଳନ ଉପରେ ସମସ୍ତଙ୍କ ନଜର ରହିଥାଏ। କାରଣ ତାଙ୍କ ଆକଳନ ଅନେକ ମାତ୍ରାରେ ଠିକ୍‌ ସାବ୍ୟସ୍ତ ହୋଇଥାଏ। ଏମିତିରେ ଚଳିତ ଲୋକ ସଭା ନିର୍ବାଚନକୁ ନେଇ ସେ ଭାଜପା ସରକାର ପୁଣି ଆସିବ ବୋଲି କହି ଚର୍ଚ୍ଚାରେ ରହିଛନ୍ତି। ଏକ ସାକ୍ଷାତକାରରେ ପ୍ରଶାନ୍ତ କହିଛନ୍ତି ଯେ, ଭାଜପା ତୃତୀୟ ଥର ପାଇଁ ଦେଶରେ ସରକାର କରିବାକୁ ଯାଉଛି। ଦଳକୁ ପାଖାପାଖି ୩୦୦ ଆସନ ମିଳିବ।

ସେହିଭଳି ଯୋଗୀ ଆଦିତ୍ୟନାଥଙ୍କୁ ନେଇ ମଧ୍ୟ ସେ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଦିତ୍ୟନାଥଙ୍କୁ ହଟାଇବା ସହଜ ନୁହେଁ। ଏବେ ଭାଜପା ନେତୃତ୍ୱରେ ଅମିତ ଶାହାଙ୍କ ପରେ ତୃତୀୟ ନାମ ଯୋଗୀ ଆଦିତ୍ୟନାଥଙ୍କ ରହିଛି। ଏଣୁ ଉତ୍ତରପ୍ରଦେଶରେ ନେତା ବଦଳାଇବା ଏତେ ସହଜ ନୁହେଁ। ହେଲେ ରାଜ୍ୟକୁ ସମ୍ଭାଳିବା ଭାଜପା ଲାଗି ସହଜ ହେବ ନାହିଁ ବୋଲି ସେ କହିଛନ୍ତି।

କହିରଖୁଛୁ ଯେ, କିଛିଦିନ ତଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥଙ୍କୁ ନେଇ କହିଥିଲେ ଯେ, ଭାଜପା ତୃତୀୟ ଥର ସରକାର ଗଠନ କଲେ ମୋଦି ଆଗାମୀ ୨ରୁ ୩ ମାସ ମଧ୍ୟରେ ୟୁପି ମୁଖ୍ୟମନ୍ତ୍ରୀ ପଦରୁ ଯୋଗୀଙ୍କୁ ହଟାଇଦେବେ। ଏହି ବୟାନ ବେଶ ଭାଇରାଲ ହୋଇଥିବା ବେଳେ ଏବେ ପ୍ରଶାନ୍ତଙ୍କ ମନ୍ତବ୍ୟ ଆଲୋଚନା ପରିସରକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri