Posted inଜାତୀୟ

ଏବେ ସିସୋଡିଆ-କୈଳାସ ଗେହଲୋଟ ହେବେ ଗିରଫ: ଭାଜପାକୁ ଘେରିଲେ କେଜରିଓ୍ବାଲ…

ନୂଆଦିଲ୍ଲୀ, ୧୮।୯ : ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନଡୋର ଷ୍ଟାଡିୟମରେ ଆମ ଆଦମୀ ପାର୍ଟିର ପ୍ରଥମ ଜାତୀୟ ଜନପ୍ରତିନିଧି ସମ୍ମିଳନୀ ରବିବାର ଆରମ୍ଭ ହୋଇଛି। ଏଏପିର ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏଥିରେ ଯୋଗଦେଇ କହିଛନ୍ତି ଯେ ଆମ ଆଦମୀ ପାର୍ଟି ରାକ୍ଷସ ମାନଙ୍କୁ ହତ୍ୟା କରିବା କାର୍ଯ୍ୟ କରୁଛି। ଏଏପି ଲୋକମାନେ ଅତ୍ୟନ୍ତ ସଚ୍ଚୋଟ। ତେଣୁ ଦୁନିଆରେ ମୋହାଲା କ୍ଲିନିକ ଉପରେ ଆଲୋଚନା ହେଉଛି। ଅମାନତୁଲ୍ଲା ଖାନଙ୍କ ଉପରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନକୁ ନେଇ କେଜରିୱାଲ ଭାଜପାକୁ ଘେରିଛନ୍ତି। ସେ କହିଛନ୍ତି ଯେ ଅମାନତୁଲ୍ଲା ପରେ ଏବେ ମନୀଷ ସିସୋଡିଆ ଏବଂ କୈଳାସ ଗେହଲୋଟଙ୍କୁ ଭାଜପା ସରକାରଙ୍କ ନିର୍ଦ୍ଦେଶରେ ଗିରଫ କରାଯିବ।

ଲୋକମାନେ ବର୍ତ୍ତମାନ ଆମ ଆଦମୀ ପାର୍ଟିକୁ ସାରା ଦେଶରେ ପସନ୍ଦ କରୁଛନ୍ତି। ଦେଶର ଲୋକମାନଙ୍କ ଦ୍ୱାରା ମନୋନୀତ ଏଏପିର ସମସ୍ତ ଜନସାଧାରଣ ପ୍ରତିନିଧୀଙ୍କ ସହିତ କଥାବାର୍ତ୍ତା ହେବାର ସୁଯୋଗ ମିଳୁଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନରେ ଗୁଜୁରାଟ ନିର୍ବାଚନରେ ପରାଜୟର ଭୟ ଥିବାରୁ ସେ ଏଏପି ନେତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣୁଥିବା କେଜରିଓ୍ବାଲ କହିଛନ୍ତି। ଭାଜପା ଏଏପିର ଲୋକପ୍ରିୟତାକୁ ହଜମ କରିପାରୁ ନାହାନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।

ଗୁଜୁରାଟ ବିଧାନସଭା ନିର୍ବାଚନ ପୂର୍ବରୁ ଏଏପିର ପ୍ରଭାବ ବୃଦ୍ଧିକୁ ନେଇ ଭାଜପା ଭୟଭୀତ ହୋଇଛି। ତେଣୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ହିରେନ ଯୋଶୀ ଗୁଜୁରାଟରେ ଏଏପିକୁ କଭରେଜ ନକରିବାକୁ ବିଭିନ୍ନ ଟିଭି ଚ୍ୟାନେଲକୁ ଚେତାବନୀ ଦେଇଛନ୍ତି। କଭରେଜ୍‌ କଲେ ପରିଣତି ଭୋଗୀବାକୁ ପ୍ରସ୍ତୁତ ରହିବାକୁ ତାଙ୍କୁ ଧମକ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri