ଏବେ ପୁଣି ଖୋଜା ପଡ଼ିଲାଣି ବେଡ୍‌ ଆଉ ତକିଆ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ପ୍ରତି ପଞ୍ଚାୟତରେ ଗତବର୍ଷ ଠିକ୍‌ ଏହି ଦିନରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବା ସହ ପୌରପରିଷଦ, ମ୍ୟୁନିସିପାଲିଟି ଅଞ୍ଚଳରେ ଅଧିକରୁ ଅଧିକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲା ଯାଇଥିଲା। ସେଠାରେ ରୋଗୀମାନଙ୍କ ପାଇଁ ବେଡ୍‌, ଚଦର, ତକିଆ, ବାଲ୍‌ଟି, ପାଣି ବୋତଲ, ମଗ୍‌, ଖାଦ୍ୟପେୟର ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଏଥିପାଇଁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ମ୍ୟୁନିସିପାଲିଟି କର୍ମଚାରୀ ଏବଂ ଜିଲା ପ୍ରଶାସନ ଅଧିକାରୀମାନଙ୍କୁ ବିଭିନ୍ନ ଦାୟିତ୍ୱ ଦିଆଯାଇଥିଲା। ୭ ହଜାରରୁ ଅଧିକ ରୋଗୀଙ୍କ ପାଇଁ ଏପରି ବ୍ୟବସ୍ଥା କରାଯାଇଥିବା ବେଳେ ଗୁରୁତର କୋରନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଜିଲା ସଦର ମହକୁମା ପୁରୁଣା ମେଡିକାଲ ପରିସରରେ ସ୍ବତନ୍ତ୍ର ବ୍ୟବସ୍ଥା ସହ ଅଭିଜ୍ଞ ଡାକ୍ତରମାନଙ୍କୁ ନିୟୋଜିତ କରାଯାଇଥିଲା। ତେବେ ଅକ୍ଟୋବର ମାସରେ କରୋନାର ପ୍ରଭାବ କମିଯିବା ପରେ କୋଟି କୋଟି ଟଙ୍କାରେ କିଣା ଯାଇଥିବା ସାମଗ୍ରୀ କେଉଁଠି ଅଛି କାହା ଦାୟିତ୍ୱରେ ଅଛି ତାକୁ ନେଇ ଏବେ ଜିଲା ପ୍ରଶାସନ ଖୋଳତାଡ଼ ଆରମ୍ଭ କରିଛି।

ଆଗାମୀ ଦିନରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ସମ୍ଭାବନାକୁ ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ସମସ୍ତ ବିଦ୍ୟାଳୟର ହଷ୍ଟେଲ ଖାଲି କରି ଦିଆଯାଇ ଥିବା ବେଳେ ପୂର୍ବବର୍ଷ ଯେଉଁ ଯେଉଁ ବିଦ୍ୟାଳୟ ଏବଂ ପଞ୍ଚାୟତ କାର୍ଯ୍ୟାଳୟରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକ ଖୋଲାଯାଇଥିଲା, ସେଥି ମଧ୍ୟରୁ ମାଲକାନଗିରି ବ୍ଲକ ଚଲାଣଗୁଡା କସ୍ତୁରବା ଗାନ୍ଧି ବାଳିକା ବିଦ୍ୟାଳୟ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତି ଚାଲିଥିବା ବିଡିଓ ଅଜୟ କୁମାର ପ୍ରଧାନ ପ୍ରକାଶ କରିଛନ୍ତି। ଏଥିପାଇଁ ବେଡ୍‌, ଚଦର, ବାଲ୍‌ଟି, ଅତ୍ୟାବଶ୍ୟକୀୟ ସାମଗ୍ରୀ ଖୋଜା ଚାଲିଛି। ଏଥିମଧ୍ୟରୁ ଯେଉଁଗୁଡିକ ଭଲଥିବ ତାକୁ ବ୍ୟବହାର କରାଯିବ ଏବଂ ଆବଶ୍ୟକ ପଡ଼ିଲେ ନୂଆ ସାମଗ୍ରୀ କିଣା ଯାଇ ରୋଗୀଙ୍କ ସେବାରେ ଲଗାଯିବ ବୋଲି ବିଡିଓ ପ୍ରକାଶ କରିଛନ୍ତି। ତେବେ ଗତବର୍ଷ କରୋନା ମହାମାରୀ ସମୟରେ ରୋଗୀମାନଙ୍କ ପାଇଁ କିଣା ଯାଇଥିବା ଏସବୁ ସାମଗ୍ରୀ କେଉଁଠି ଓ କାହା ପାଖରେ ଅଛି ତାହା ତର୍ଜମା କରି ପ୍ରସ୍ତୁତ ରହିବାକୁ ବିଭିନ୍ନ ମହଲରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?