Posted inଜାତୀୟ

ଏବେ ବିପଦପୂର୍ଣ୍ଣ ପରିସ୍ଥିତିରେ ଅଛି ଦେଶ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୫।୩: ଦେଶର ୯ ବିରୋଧୀଦଳ ନେତା ଇଡି ଏବଂ ସିବିଆଇର ଅପବ୍ୟବହାର ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଏହି ପ୍ରସଙ୍ଗରେ ଆମ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବିବୃତ୍ତି ମଧ୍ୟ ସାମ୍ନାକୁ ଆସିଛି। ଦେଶରେ ଏବେ ବିପଦଜନକ ପରିସ୍ଥିତି ଅଛି ବୋଲି କେଜ୍‌ରିୱାଲ କହିଛନ୍ତି। କେଜ୍ରିୱାଲ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ ଉଠାଇଛନ୍ତି।
କେଜ୍‌ରିୱାଲ କହିଛନ୍ତି, ବର୍ତ୍ତମାନ ଦେଶର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ ଶୈଳୀ ଏପରି ହୋଇଛି ଯେ ଯଦି ଦେଶର କୌଣସି ରାଜ୍ୟରେ ଭାଜପା ବ୍ୟତୀତ ଅନ୍ୟ ଦଳର ସରକାର ଥାଏ, ତେବେ ସରକାରଙ୍କୁ କାମ କରିବାକୁ ଅନୁମତି ଦିଆଯାଇ ନ ଥାଏ। ଏହା ବହୁତ ବିପଜ୍ଜନକ। ପ୍ରଧାନମନ୍ତ୍ରୀ ଯେକୌଣସି ଦେଶର ପିତାଙ୍କ ପରି ଅଟନ୍ତି। ଆମେ ନିର୍ବାଚନରେ ପରସ୍ପର ସହ ଲଢୁ, କିନ୍ତୁ ନିର୍ବାଚନ ପରେ ଯଦି କାହାର ସରକାର ଗଠନ ହୁଏ, ତା’ହେଲେ ଆମେ ସରକାରଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରିବୁ ଏବଂ ତାଙ୍କ ସହ କାର୍ଯ୍ୟ କରିବୁ। ଏହା ପ୍ରଧାନମନ୍ତ୍ରୀଙ୍କ ଦାୟିତ୍ୱ। କିନ୍ତୁ ଆମ ଦେଶରେ ଏବେ ତାହା ଦେଖିବାକୁ ମିଳୁନାହିଁ।
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କେଜ୍‌ରିୱାଲ ଆହୁରି ମଧ୍ୟ କହିଛନ୍ତି, ଆମ ଦେଶର ପ୍ରଧାନମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ଯେ, ଯଦି ଆପଣ ଭାଜପାକୁ ଭୋଟ ନ ଦିଅନ୍ତି ଏବଂ ଅନ୍ୟ କୌଣସି ଦଳକୁ ଭୋଟ ଦିଅନ୍ତି, ତେବେ ସରକାରଙ୍କୁ କୌଣସି ପରିସ୍ଥିତିରେ କାମ କରିବାକୁ ଦିଆଯିବ ନାହିଁ। ଯଦି ଭାଜପା ବ୍ୟତୀତ ଏକ ସରକାର ଗଠନ ହୁଏ, ତା’ପରେ ଇଡି ଏବଂ ସିବିଆଇ ଏହାର ସମସ୍ତ ନେତାଙ୍କୁ ଗିରଫ କରିବେ, ସେମାନଙ୍କୁ ବିଭିନ୍ନ ଉପାୟରେ ହଇରାଣ କରିବାକୁ ଚେଷ୍ଟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?