Posted inଜାତୀୟ

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର କରିବେ।

ବିଶ୍ୱର ଅନ୍ୟ ଦେଶଗୁଡ଼ିକ 6G ଆଡ଼କୁ ଦୌଡ଼ୁଥିବାବେଳେ ରାଜସ୍ଥାନର ଜଲୋର ଜିଲାର ୧୫ଟି ଗାଁର ମହିଳାମାନଙ୍କୁ କି-ପ୍ୟାଡ୍‌ ଫୋନ ଯୁଗକୁ ଫେରିଯିବାକୁ କୁହାଯାଉଛି। ଚୌଧୁରୀ ସମ୍ପ୍ରଦାୟର ସୁନ୍ଧମାତା ପଟ୍ଟି ପଞ୍ଚାୟତ ‘ମୋବାଇଲ ନିଶା’ ଏବଂ ପିଲାମାନଙ୍କ ଦୃଷ୍ଟିଶକ୍ତି ଉପରେ ସ୍କ୍ରିନର ପ୍ରଭାବ ଉପରେ ଚିନ୍ତା ପ୍ରକାଶ କରି ଝିଅ-ବୋହୂଙ୍କ ପାଇଁ ସ୍ମାର୍ଟଫୋନ୍‌ ଉପରେ ପ୍ରତିବନ୍ଧକ ଘୋଷଣା କରିଛି।

ଏହି ନିୟମ ଜାନୁଆରୀ ୨୬ରୁ କାର୍ଯ୍ୟକାରୀ ହେବାକୁ ଯାଉଛି। ନିଷ୍ପତ୍ତି ଅନୁଯାୟୀ, ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ ବ୍ୟବହାର କରିପାରିବେ। ବିବାହ, ସାମାଜିକ ସମାବେଶ କିମ୍ବା ପଡ଼ୋଶୀମାନଙ୍କୁ ଭେଟିବା ସମୟରେ ମଧ୍ୟ ମୋବାଇଲ ବ୍ୟବହାର କରିପାରିବେ ନାହିଁ। କେବଳ ଶିକ୍ଷା ଉଦ୍ଦେଶ୍ୟରେ ଘରେ ସ୍ମାର୍ଟଫୋନ ବ୍ୟବହାର କରୁଥିବା ଝିଅମାନଙ୍କ ପାଇଁ ନିୟମ ଟିକେ କୋହଳ ରହିଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri