ଏଣିକି ନିଜ ଲଢ଼େଇ ଲଢିବେ ଝିଅ: କୌଶଳର ଅପବ୍ୟବହାର ନ କରିବାକୁ…

କେସିଙ୍ଗା,୧୬।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ଅଗ୍ରଣୀ ଶିକ୍ଷାନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ୯ ତାରିଖରୁ ୧୬ ତାରିଖ ଦୀର୍ଘ ୮ ଦିନ ଧରି ମହାସମାରୋହରେ ପାଳିତ ହୋଇଯାଇଥିବାବେଳେ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଥିବା ଉକ୍ତ ଉଦ୍‌ଯାପନୀ ଉତ୍ସବରେ ଅନେକ ଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଉପସ୍ଥିତ ଥିବାବେଳେ ଅଧ୍ୟକ୍ଷ ପାଢ଼ୀ ପ୍ରଶିକ୍ଷିତ ଛାତ୍ରୀମାନଙ୍କୁ ପ୍ରଶିକ୍ଷିଣର ସଦୁପଯୋଗ କରିବା, ଯେକୌଣସି ଅସ୍ବାଭାବିକ ପରିସ୍ଥିତିକୁ ମୁକାବିଲା କରିବା, ତାଲିମ ନେଇଥିବା କୌଶଳର ଅପବ୍ୟବହାର ନ କରିବା ଭଳି ଉପଦେଶାତ୍ମକ ବାର୍ତ୍ତା ପ୍ରଦାନ କରିଥିଲେ । ଉକ୍ତ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିରର ଭାରପ୍ରାପ୍ତ ସଂଯୋଜିକା ଅଧ୍ୟାପିକା ଗୀତାଞ୍ଜଳି ଦୋରା ଦାୟିତ୍ୱ ତୁଲାଇଥିବାବେଳେ, ମାଷ୍ଟର ଟ୍ରେନର ତପସ୍ବିନୀ ମାଝୀ ଓ ନେପୂରା ମାଝୀ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଉକ୍ତକାର୍ଯ୍ୟକ୍ରମରେ ପ୍ରାଧ୍ୟାପକ ଅଶ୍ୱିନୀ କୁମାର ପଟ୍ଟନାୟକ, ଅଶ୍ୱିନୀ ପାଇକରାୟ ଉପସ୍ଥିତ ଥିବାବେଳେ, ପ୍ରଶିକ୍ଷଣ ନେଇଥିବା ଛତ୍ରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିବାହ କରିବାକୁ ମନା କଲେ ଝିଅ, ବରଯାତ୍ରୀ ନେଇ ସିଧା ପୋଲିସ ଷ୍ଟେଶନରେ ପହଞ୍ଚିଲେ ବର, ଆଉ ତା’ପରେ…

ନୂଆଦିଲ୍ଲୀ,୧୭।୧: ବିବାହ କରିବାକୁ କନ୍ୟା ପକ୍ଷ ମନା କରିବାରୁ ବରଯାତ୍ରୀ ନେଇ ପୋଲିସ ଷ୍ଟେଶନରେ ସିଧା ପହଞ୍ଚିଗଲେ ବର। ଏଭଳି ଘଟଣା ପଞ୍ଜାବର ଯମୁନାନଗର ଅଞ୍ଚଳରେ...

ରାଜ୍ୟର ସବୁ ଥଣ୍ଡା ସହର ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଚଳିତ ଶୀତ ଋ଼ତୁରେ ଓଡ଼ିଶାରେ ସବୁଠାରୁ କମ ତାପମାତ୍ରା ଓ ଶୀତଳତମ ସହର କନ୍ଧମାଳ ଜିଲାର ଜି.ଉଦୟଗିରି। ହାଡ଼ଭଙ୍ଗା ଶୀତରେ...

ଦେବୀ ପ୍ରସାଦଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଛୁଟିଲା ଶୁଭେଚ୍ଛାର ସୁଅ

ରାଇକିଆ,୧୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ବିଜୁ ଜନତା ଦଳର ନୂତନ ଭାବେ ନଗର ଏବଂ ବ୍ଲକ ସଭାପତିଙ୍କ ନାମ ଘୋଷଣା କରାଯାଇଛି । ବିଜୁ ଜନତା...

ଦିନେ ମୋ ଘର ଭାଙ୍ଗିଥିଲ, ଆଜି ଲୋକେ ତଡ଼ିଦେଲେ: କଙ୍ଗନାଙ୍କ ହୁଙ୍କାର

ମୁମ୍ବାଇ,୧୭।୧: ମହାରାଷ୍ଟ୍ର ବିଏମସି ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ଫଳାଫଳ ସହିତ ମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ ଉପରେ ଠାକରେ ପରିବାରର ଶାସନ ଶେଷ ହୋଇଛି।...

ଜବରଦଖଲ ଉଚ୍ଛେଦ ଘଟଣା: ଛଦ୍ମବେଶୀ ବ୍ୟବସାୟୀଙ୍କ ଆବେଦନ ଯୋଗୁ ବଢୁଛି ସମସ୍ୟା

ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଉଠା ଦୋକାନୀଙ୍କ ଥଇଥାନ ପାଇଁ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ପାଇଁ ଚାଲେଞ୍ଜ ରହିଛି।...

ଗୋମାଫିଆଙ୍କ ଘରେ ରେଡ୍‌: ବିଡ଼ା ବିଡ଼ା ଟଙ୍କା ଦେଖି ସମସ୍ତେ ତାଜୁବ

ଭଦ୍ରକ, ୧୭।୧(ସନାତନ ରାଉତ): ଅବୈଧ ଗୋ ଚାଲାଣ ଅଭିଯୋଗରେ କେନ୍ଦୁଝର ପୋଲିସ ଭଦ୍ରକ ପୁରୁଣା ବଜାର ଥାନାରେ ମୁଲ୍ଲା ସାହିରେ ଶେଖ ତାଜଉଦ୍ଦିନ ଘରେ ଚଢ଼ାଉ...

ଅସହ୍ୟ ଜାଡ଼: ପାଣିରେ ହାତ ଦେବା ହୋଇପଡ଼ୁଛି କଷ୍ଟ

ଦାରିଙ୍ଗବାଡି,୧୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଜାଡ଼ ଜାରି ରହିଛି। ମଧ୍ୟରାତ୍ରିରୁ ଜାଡ଼ ବୃଦ୍ଧି ପାଇବା ସହ ଦିନ ୧୧ ପର୍ଯ୍ୟନ୍ତ ଥରାଉଛି। ଫଳରେ...

ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ ଦେଇଥିଲେ ପ୍ରେମିକ, ଘଟଣାରେ ପ୍ରେମିକଙ୍କୁ ହେଲା ଆଜୀବନ ଜେଲ ଦଣ୍ଡ

ଛତ୍ରପୁର, ୧୭।୧ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ପ୍ରେମିକ ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri