ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା

ଭୁବନଶ୍ୱର,୧୬ା୧୧: ଓଡ଼ିଶାର ଦୁଗ୍ଧଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ଦୁଗ୍ଧଚାଷୀଙ୍କ ପାଇଁ ଲାଗୁ ହେବ ଡିବିଟି। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଶନିବାର ଆୟୋଜିତ ଓମ୍‌ଫେଡ୍‌ ସମୀକ୍ଷା ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଅନ୍ୟ ରାଜ୍ୟ ଭଳି ଓଡ଼ିଶାର ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଯିବ। ପଞ୍ଚାୟତ କ୍ଷୀର ଧାରା କେନ୍ଦ୍ରରେ କ୍ଷୀର ଦେଲେ ଟଙ୍କା ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ଯିବ। ଡିବିଟି ମାଧ୍ୟମରେ ଏହି ଟଙ୍କା ଆକାଉଣ୍ଟକୁ ଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଏଥିସହିତ ଓମ୍‌ଫେଡ୍‌ରେ କ୍ୱାଲିଟି ଓ କ୍ବାଣ୍ଟିଟି ପାଇଁ ସିସିଟିଭି ପ୍ଲାଣ୍ଟ ଜଗିବ ବୋଲି ମନ୍ତ୍ରୀ କହିଛନ୍ତି। ସମ୍ବଲପୁର, ବ୍ରହ୍ମପୁର ଏବଂ ବାଲେଶ୍ୱରରେ ଓମ୍‌ଫେଡ୍‌ ନୂଆ ଡାଏରୀ ପ୍ଲାଣ୍ଟ୍‌ ଖୋଲିବ। ଖୁବଶୀଘ୍ର ମାର୍କେଟକୁ ଓମ୍‌ଫେଡ୍‌ ପାଣି, ଚକୋଲେଟ୍‌ ଆସିବ। ପ୍ରତି ପଞ୍ଚାୟତରେ ଖୋଲିବ ଓମ୍‌ଫେଡ୍‌ ପାର୍ଲର ବି ଖୋଲଯିବ।

ଆଗାମୀ ଦିନରେ ଓମ୍‌ଫେଡ୍‌କୁ ସୃଦୁଢ଼ କରିବା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯିବ। କ୍ଷୀର ଧାରା ମିଶନ ପ୍ରତ୍ୟେକ ପଞ୍ଚାୟତରେ ଖୋଲାଯିବ। ଏବେ ୨୦ଟି କ୍ଷୀର ଧାରା କେନ୍ଦ୍ର ପଞ୍ଚାୟତରେ ଖୋଲିଛି। ପର୍ଯ୍ୟାୟ କ୍ରମେ ଆଉ ଖୋଲାଯିବ ବୋଲି ମନ୍ତ୍ରୀ ଆଜି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri