Posted inଜାତୀୟ

ଏବେ ମନ୍ତ୍ରୀ ପଦକୁ ନେଇ ଚାପ, ଜୁଲାଇରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୬ା୬: ଲୋକ ସଭା ନିର୍ବାଚନ ୨୦୨୪ର ଫଳାଫଳ ପରେ ଦେଶ ଏକ ନୂତନ ସରକାରକୁ ଅପେକ୍ଷା କରିଛି। ଏନ୍‌ଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ମୋଦି ସରକାର ଦେଶରେ ପୁଣି ଥରେ ସରକାର ଗଠନ କରିବେ। ଭାଜପା ନେତୃତ୍ୱରେ ଏନ୍‌ଡିଏ ସରକାର ଗଠନ କରିବାକୁ ଯାଉଛି। ମୋଦି ସରକାର ୩.୦ରେ ଜୁନ୍‌ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ।  ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ମାତ୍ରେ ମୋଦି ପଣ୍ଡିତ ନେହେରୁଙ୍କ କ୍ରମାଗତ ତିନି ଥର ପ୍ରଧାନମନ୍ତ୍ରୀ ହେବା ରେକର୍ଡ ସହ ସମାନ ହେବେ। ୬ ଜୁନ୍‌ରେ ନୂତନ ସରକାରଙ୍କ ଶପଥ ଗ୍ରହଣ ପୂର୍ବରୁ ଏନ୍‌ଡିଏର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ତଥାପି ଆଜି ଅର୍ଥାତ୍‌ ୬ ଜୁନ୍‌ରେ ମଧ୍ୟ ଏକ ରାଉଣ୍ଡ ମିଟିଂ ଅଛି। ଆଜି ଭାଜପା ସଭାପତି ଜେପି ନଡ୍ଡାଙ୍କ ଘରେ ଭାରତୀୟ ଜନତା ପାର୍ଟି ନେତାଙ୍କ ଏକ ବୈଠକ ହେବ। ଏହି ସମୟରେ ଏନ୍‌ଡିଏ ନିର୍ବାଚନମଣ୍ଡଳୀ ମଧ୍ୟ ନୂତନ ସରକାର ପାଇଁ ଦାବି କରିବା ଆରମ୍ଭ କରି ଦେଇଛନ୍ତି।

ସୂତ୍ରରୁ ପ୍ରକାଶ ଯେ, ଜେଡିଏସ୍‌ ଉଭୟ ପୁଅ ଏବଂ ଜ୍ୱାଇଁଙ୍କ ପାଇଁ ମନ୍ତ୍ରଣାଳୟ ଦାବି କରିଛି। ପୁଅ କୁମାରସ୍ବାମୀଙ୍କ ପାଇଁ କୃଷି ମନ୍ତ୍ରଣାଳୟ ଏବଂ ଜ୍ୱାଇଁ ମଞ୍ଜୁନାଥଙ୍କ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦାବି କରାଯାଇଛି। ଜେଡିଏସ୍‌ ବର୍ତ୍ତମାନ ଦୁଇଟି ସିଟ୍‌ ଜିତିଛି। ନିର୍ବାଚନରେ ଭାଜପା ଟିକେଟ୍‌ରେ ଏଚ୍‌ଡି ଦେବଗୌଡ଼ାଙ୍କ ଜ୍ୱାଇଁ ଭାଜପା ଟିକେଟ୍‌ରେ ନିର୍ବାଚନ ଜିତିଛନ୍ତି। ବୃତ୍ତି ଅନୁଯାୟୀ ସେ ଜଣେ ଡାକ୍ତର। ଗତକାଲି ଏନ୍‌ଡିଏ ବୈଠକରେ ଏଚ୍‌ଡି କୁମାର ସ୍ବାମୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri