ଏବେ ମାଓବାଦୀଙ୍କ ରାଜ୍‌ ଚଳିବ ନାହିଁ, ସ୍ବାଭିମାନ ଅଞ୍ଚଳରେ ପୋଲିସ-ଗୁଇନ୍ଦା ବିଭାଗ ମାରିଲା ପୋଷ୍ଟର

ଚିତ୍ରକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସୀମାନ୍ତ ଅଞ୍ଚଳରୁ ମାଓବାଦୀ ମୂଳପୋଛ ପାଇଁ ପ୍ରୟାସ ଜାରି ରହିଛି। ଦିନ ଥିଲା ଉକ୍ତ ଅଞ୍ଚଳରେ ମାଓବାଦୀ ରାଜ୍‌ କରୁଥିଲେ ତାଙ୍କ ବିନା ଇସାରାରେ ପତ୍ରଟିଏ ବି ହଲୁ ନ ଥିଲା। ମାଓଗଡ଼ ରୂପେ ପରିଚିତ ଥିଲା ହେଲେ ଆଜି ସମୟ ବଦଳି ଯାଇଛି। ସରକାର, ଓଡିଶା ପୋଲିସ, ବିଏସ୍‌ଏଫ୍‌, ଏସ୍‌ଓଜି ତଥା ପ୍ରଶାସନର ଉଦ୍ୟମ ଯୋଗୁ ଆଜି ଚିତ୍ରକୋଣ୍ଡାର ଉପାନ୍ତ, ସ୍ବାଭିମାନ ଅଞ୍ଚଳରେ ସମ୍ପୂର୍ଣ୍ଣ ମାଓବାଦୀ ମୁକ୍ତ ହେବାରେ ଲାଗିଛି। ମାତ୍ର ଓଡ଼ିଶା ସୀମାନ୍ତ ରାଜ୍ୟ ଅଞ୍ଚଳରୁ କେତେବେଳେ କେମିତି କାଁ ଗାଁ ଉପାନ୍ତ ଦୁର୍ଗମ ଅଞ୍ଚଳ ଦେଇ ଯାତାୟାତ କରୁଥିବା ଓଡ଼ିଶା ପୋଲିସ ଗୁଇନ୍ଦା ବିଭାଗ ଜାଣିବାକୁ ପାଇ ମୂଳପୋଛ ପାଇଁ ଚିତ୍ରକୋଣ୍ଡା ସୀମାନ୍ତ, ଉପାନ୍ତ ତଥା ଦୁର୍ଗମ ଅଞ୍ଚଳର ବିଭିନ୍ନ ସ୍ଥାନରେ ଓଡ଼ିଶା ପୋଲିସ ତଥା ଗୁଇନ୍ଦା ବିଭାଗ ତରଫରୁ ପୋଷ୍ଟର ମରାଯାଇଥିବା ଦେଖିବାକୁ ମିଳିଛି।

ଉକ୍ତ ପୋଷ୍ଟରରେ ଯଦି ନିଜ ଅଞ୍ଚଳରେ ମାଓବାଦୀ ଯାତାୟାତ କରୁଥିବା ଦେଖିବାକୁ ପାଆନ୍ତି ତେବେ ସଙ୍ଗେ ସଙ୍ଗେ ଉକ୍ତ ମୋବାଇଲ ନମ୍ବରରେ ଯଥା- ୯୭୭୭୬୫୧୧୪୩,୭୬୦୯୦୩୩୬୬୬୬,୯୪୩୭୫୨୬୦୨୨,୯୪୩୮୩୭୭୫୦୫ରେ ଯୋଗାଯୋଗ କରି ଜଣାଇବାକୁ ଜନସାଧାରଣଙ୍କୁ ନିବେଦନ କରାଯାଇଥିବା ଉଲ୍ଲେଖ ରହିଛି।  ଏଥି ସହ ଜଣାଇଥିବା ବ୍ୟକ୍ତିଙ୍କ ପରିଚୟ ଗୋପନ ରଖାଯାଇ କିଛି ଅର୍ଥ ରାଶି ମଧ୍ୟ ପୁରସ୍କାର ପ୍ରଦାନ କରାଯିବ ବୋଲି ପୋଷ୍ଟରେ ଲେଖା ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri