ଏବେ ଦଶମ, ଦ୍ୱାଦଶ ପରୀକ୍ଷା ଚିନ୍ତା

ଭୁବନେଶ୍ୱର, ୯ା୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଛି। ସ୍କୁଲ ଖୋଲିବା ଛାତ୍ରୀଛାତ୍ରଙ୍କୁ ଆଶ୍ୱାସନା ଦେଇଥିବାବେଳେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ପରୀକ୍ଷାକୁ ନେଇ ଚିନ୍ତା ବଢ଼ିଛି। ଦୀର୍ଘଦିନ ଧରି ସ୍କୁଲ ବନ୍ଦ ଥିବାରୁ ଅନ୍‌ଲାଇନ୍‌ରେ ପାଠପଢ଼ା ଚାଲିଥିଲା। ତେବେ ନେଟ୍‌ୱର୍କ ସମସ୍ୟା ଯୋଗୁ ଉପାନ୍ତ ଅଞ୍ଚଳରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ପାଠରୁ ଦୂରେଇ ରହିଛନ୍ତି। ସେପଟେ କୋର୍ସ ମଧ୍ୟ ଶେଷ ହୋଇନାହିଁ। ଏଭଳି ସ୍ଥିତିରେ ପରୀକ୍ଷା କେମିତି ଓ କେବେ ହେବ ତାକୁ ନେଇ ଛାତ୍ରୀଛାତ୍ର ଚିନ୍ତାରେ ପଡ଼ିଛନ୍ତି। ସ୍କୁଲ ଏବେ ଖୋଲି ଗଲାଣି। ଏବେ ସମ୍ପୂର୍ଣ୍ଣ କୋର୍ସ ସାରିବାକୁ ସମୟ ନିଆଯିବ ନା ଯେତିକି ପାଠପଢ଼ା ହୋଇଛି ସେତିକିରେ ପରୀକ୍ଷା ହେବ, ସେନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ରହିଛି। ତେବେ ଆବଶ୍ୟକ ସ୍ଥଳେ ବ୍ରିଜ୍‌ କୋର୍ସ ଓ ସ୍ବଳ୍ପ-ଅବଧି, ମଧ୍ୟମ-ଅବଧି ଆଦି କ୍ଲାସ୍‌ କରି ପିଲାଙ୍କ ପାଠ୍ୟଖସଡ଼ା ଶେଷ କରିବା ପାଇଁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଏପରି କି ଆବଶ୍ୟକ ହେଲେ ଖରାଦିନ ଛୁଟିର ଅବଧି କମାଇ ଶିକ୍ଷାଦାନ କରାଯାଇପାରିବ ବୋଲି ସେ କହିଥିଲେ। ତେବେ ଆଗକୁ କ’ଣ କରାଯିବ ତାହା ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଅପରପକ୍ଷେ ଦଶମର ସମେଟିଭ ଆସେସ୍‌ମେଣ୍ଟ-୨ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଅଫ୍‌ଲାଇନ୍‌ ମୋଡ୍‌ରେ ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।
ସାଧାରଣତଃ ମାଟ୍ରିକ ପରୀକ୍ଷା ଫେବୃୟାରୀ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ପ୍ରଥମ ସପ୍ତାହରେ ହୋଇଥାଏ। ଯଦି ପରୀକ୍ଷା ଘୁଞ୍ଚତ୍ବ, ତା’ହେଲେ ଏନ୍‌ଇଇଟି, ଜେଇଇ ଭଳି ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ଲାଗି ଦ୍ୱାଦଶ ପିଲାମାନେ ପଛରେ ପଡ଼ିଯାଇ ପାରନ୍ତି। ପରୀକ୍ଷା ଘୁଞ୍ଚତ୍ବ ନା ନାହିଁ ସ୍ପଷ୍ଟ ହୋଇ ନ ଥିବାରୁ, ପିଲାଙ୍କ ଭିତରେ ଆଶଙ୍କା ଦେଖାଦେବା ସ୍ବାଭାବିକ। ଖୁବ୍‌ ଶୀଘ୍ର ପରୀକ୍ଷା ତାରିଖ ଘୋଷଣା କରାଯାଉ, ଯାହାଫଳରେ ପିଲାମାନେ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ ବୋଲି ଶିକ୍ଷାବିତ୍‌ମାନେ ମତପ୍ରକାଶ କରିଛନ୍ତି।
ମାର୍ଚ୍ଚରେ ଯଦିଓ ଦ୍ୱାଦଶ ପରୀକ୍ଷା ହେବ ବୋଲି ଶୁଣିବାକୁ ମିଳୁଛି, କିନ୍ତୁ ଏପର୍ଯ୍ୟନ୍ତ ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଅନ୍ୟପକ୍ଷରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଧିବଦ୍ଧ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରିବେ। ତେଣୁ ପିଲାମାନେ ପରୀକ୍ଷା ପାଇଁ ପ୍ରସ୍ତୁତ ରୁହନ୍ତୁ। ସୂଚନାଯୋଗ୍ୟ, ରାଜ୍ୟରେ କରୋନା ତୃତୀୟ ଲହର ପ୍ରଭାବ ଯୋଗୁ ଜାନୁୟାରୀ ପ୍ରଥମ ସପ୍ତାହରେ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରାଯାଇଥିଲା। କିନ୍ତୁ ଅନ୍‌ଲାଇନ୍‌ କ୍ଲାସ ଚାଲିଥିଲା। ଏବେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିଥିବାରୁ ଛାତ୍ରୀଛାତ୍ରଙ୍କ ବୃହତ୍ତର ଉଦ୍ଦେଶ୍ୟକୁ ଦୃଷ୍ଟିରେ ରଖି ସରକାର ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ଅନୁମତି ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଆସନ୍ତା ୧୪ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ ଖୋଲିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri