ଏବେ ଦଶମ, ଦ୍ୱାଦଶ ପରୀକ୍ଷା ଚିନ୍ତା

ଭୁବନେଶ୍ୱର, ୯ା୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଛି। ସ୍କୁଲ ଖୋଲିବା ଛାତ୍ରୀଛାତ୍ରଙ୍କୁ ଆଶ୍ୱାସନା ଦେଇଥିବାବେଳେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ପରୀକ୍ଷାକୁ ନେଇ ଚିନ୍ତା ବଢ଼ିଛି। ଦୀର୍ଘଦିନ ଧରି ସ୍କୁଲ ବନ୍ଦ ଥିବାରୁ ଅନ୍‌ଲାଇନ୍‌ରେ ପାଠପଢ଼ା ଚାଲିଥିଲା। ତେବେ ନେଟ୍‌ୱର୍କ ସମସ୍ୟା ଯୋଗୁ ଉପାନ୍ତ ଅଞ୍ଚଳରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ପାଠରୁ ଦୂରେଇ ରହିଛନ୍ତି। ସେପଟେ କୋର୍ସ ମଧ୍ୟ ଶେଷ ହୋଇନାହିଁ। ଏଭଳି ସ୍ଥିତିରେ ପରୀକ୍ଷା କେମିତି ଓ କେବେ ହେବ ତାକୁ ନେଇ ଛାତ୍ରୀଛାତ୍ର ଚିନ୍ତାରେ ପଡ଼ିଛନ୍ତି। ସ୍କୁଲ ଏବେ ଖୋଲି ଗଲାଣି। ଏବେ ସମ୍ପୂର୍ଣ୍ଣ କୋର୍ସ ସାରିବାକୁ ସମୟ ନିଆଯିବ ନା ଯେତିକି ପାଠପଢ଼ା ହୋଇଛି ସେତିକିରେ ପରୀକ୍ଷା ହେବ, ସେନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ରହିଛି। ତେବେ ଆବଶ୍ୟକ ସ୍ଥଳେ ବ୍ରିଜ୍‌ କୋର୍ସ ଓ ସ୍ବଳ୍ପ-ଅବଧି, ମଧ୍ୟମ-ଅବଧି ଆଦି କ୍ଲାସ୍‌ କରି ପିଲାଙ୍କ ପାଠ୍ୟଖସଡ଼ା ଶେଷ କରିବା ପାଇଁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଏପରି କି ଆବଶ୍ୟକ ହେଲେ ଖରାଦିନ ଛୁଟିର ଅବଧି କମାଇ ଶିକ୍ଷାଦାନ କରାଯାଇପାରିବ ବୋଲି ସେ କହିଥିଲେ। ତେବେ ଆଗକୁ କ’ଣ କରାଯିବ ତାହା ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଅପରପକ୍ଷେ ଦଶମର ସମେଟିଭ ଆସେସ୍‌ମେଣ୍ଟ-୨ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଅଫ୍‌ଲାଇନ୍‌ ମୋଡ୍‌ରେ ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।
ସାଧାରଣତଃ ମାଟ୍ରିକ ପରୀକ୍ଷା ଫେବୃୟାରୀ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ପ୍ରଥମ ସପ୍ତାହରେ ହୋଇଥାଏ। ଯଦି ପରୀକ୍ଷା ଘୁଞ୍ଚତ୍ବ, ତା’ହେଲେ ଏନ୍‌ଇଇଟି, ଜେଇଇ ଭଳି ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ଲାଗି ଦ୍ୱାଦଶ ପିଲାମାନେ ପଛରେ ପଡ଼ିଯାଇ ପାରନ୍ତି। ପରୀକ୍ଷା ଘୁଞ୍ଚତ୍ବ ନା ନାହିଁ ସ୍ପଷ୍ଟ ହୋଇ ନ ଥିବାରୁ, ପିଲାଙ୍କ ଭିତରେ ଆଶଙ୍କା ଦେଖାଦେବା ସ୍ବାଭାବିକ। ଖୁବ୍‌ ଶୀଘ୍ର ପରୀକ୍ଷା ତାରିଖ ଘୋଷଣା କରାଯାଉ, ଯାହାଫଳରେ ପିଲାମାନେ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ ବୋଲି ଶିକ୍ଷାବିତ୍‌ମାନେ ମତପ୍ରକାଶ କରିଛନ୍ତି।
ମାର୍ଚ୍ଚରେ ଯଦିଓ ଦ୍ୱାଦଶ ପରୀକ୍ଷା ହେବ ବୋଲି ଶୁଣିବାକୁ ମିଳୁଛି, କିନ୍ତୁ ଏପର୍ଯ୍ୟନ୍ତ ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଅନ୍ୟପକ୍ଷରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଧିବଦ୍ଧ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରିବେ। ତେଣୁ ପିଲାମାନେ ପରୀକ୍ଷା ପାଇଁ ପ୍ରସ୍ତୁତ ରୁହନ୍ତୁ। ସୂଚନାଯୋଗ୍ୟ, ରାଜ୍ୟରେ କରୋନା ତୃତୀୟ ଲହର ପ୍ରଭାବ ଯୋଗୁ ଜାନୁୟାରୀ ପ୍ରଥମ ସପ୍ତାହରେ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରାଯାଇଥିଲା। କିନ୍ତୁ ଅନ୍‌ଲାଇନ୍‌ କ୍ଲାସ ଚାଲିଥିଲା। ଏବେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିଥିବାରୁ ଛାତ୍ରୀଛାତ୍ରଙ୍କ ବୃହତ୍ତର ଉଦ୍ଦେଶ୍ୟକୁ ଦୃଷ୍ଟିରେ ରଖି ସରକାର ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ଅନୁମତି ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଆସନ୍ତା ୧୪ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ ଖୋଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri