ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ ଚାଷୀମାନଙ୍କୁ କୃଷି ତାଲିମ, ଉନ୍ନତ ବିହନ ବଣ୍ଟନ, ମହିଳା ଗୋଷ୍ଠୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ସମେତ ଏକ କୃଷି ରଥ ଉଦ୍‌ଘାଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଆତ୍ମା ଅଧ୍ୟକ୍ଷ ହିମାଂଶୁ ଶେଖର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଳକ ଅନ୍ତର୍ଗତ ୩୧ ପଞ୍ଚାୟତରୁ ଯୋଗଦେଇଥିବା କୃଷକମାନଙ୍କ ସମସ୍ୟା ଉପରେ ଆଲୋଚନା ହୋଇଥିଲା। କୃଷକ ପଞ୍ଜୀକରଣ ରଥକୁ ଅଧ୍ୟକ୍ଷ ପ୍ରଧାନ ଆନୁଷ୍ଠାନିକଭାବେ ଉଦ୍‌ଘାଟନ କରିଥିଲେ। ଏହି ରଥ ସମସ୍ତ ପଞ୍ଚାୟତକୁ ପରିକ୍ରମା କରି ପଞ୍ଜୀକରଣ ଉପରେ ସଚେତନ କରିବ। ମୌସୁମୀ ବାୟୁ ଆଗମନ ପୂର୍ବରୁ ଉନ୍ନତ ଗୁଣାତ୍ମକ ମାନର ବିହନ, ମଞ୍ଜି ବଣ୍ଟନ ଉପରେ ଗୁରୁତ୍ୱାରୋପ କରାଯାଇଛି। ଅପରପକ୍ଷରେ ସଫଳ ଚାଷୀମାନଙ୍କୁ କୃଷି ତାଲିମ ପ୍ରଦାନ ପାଇଁ ରାଜ୍ୟ ବାହାରେ ପରିଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ସେ ସୂଚନା ଦେଇଛନ୍ତି। ମହିଳା ଗୋଷ୍ଠୀମାନଙ୍କର ଆର୍ଥିକ ମାନଦଣ୍ଡ ବୃଦ୍ଧି ଉପରେ ଗୁରୁତ୍ୱାରୋପ କରାଯାଇଛି। ସେହିପରି କୃଷି ବଗିଚାରେ ବିଭିନ୍ନ ଚାରା ରୋପଣ କରି ଫଳ, ଫୁଲ, ପନିପରିବା, ଛତୁ, ମାଛ ଜାଆଁଳ ଉତ୍ପାଦନ, ଗୋପାଳନ, କୁକୁଡା ଚାଷ ଆଦି ପାଇଁ ଚାଷୀଙ୍କୁ ଆର୍ଥିକ ପ୍ରୋତ୍ସାହନ ଦେବା ଲାଗି ସ୍ଥିର କରାଯାଇଛି ବୋଲି ଉପସ୍ଥିତ ଅଧିକାରୀମାନେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ବ୍ଲକ କୃଷି ଅଧିକାରୀ ପ୍ରଦୋଷ କୁମାର ବେହେରା, ଉଦ୍ୟାନ କୃଷି ଅଧିକାରୀ ସୌମ୍ୟ ରଞ୍ଜନ ମହପାତ୍ର , ପ୍ରାଣୀଧନ ଚିକିତ୍ସକ ମନୋଜ କୁମାର ଦାସ, ମତ୍ସ୍ୟ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମିତି ସଭ୍ୟ କ୍ରିଷ୍ଣପଦ ମଣ୍ଡଳ, ବ୍ଲକ କୃଷକ ସାଥୀ ସଭାପତି ଅଭିଜିତ ଗୌତମ ଦାସ, ଆତ୍ମା ବୋର୍ଡର ସଦସ୍ୟ, କୃଷିସାଥୀ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri