ଶାଳୀନ ପୋଷାକ ବିନା ଶ୍ରୀମନ୍ଦିର ମନା

ପୁରୀ, ୧୦ା୧୦(ଅଜିତ ମହାନ୍ତି):ଏଣିକି ଶ୍ରୀମନ୍ଦିରକୁ ଯିବାକୁ ହେଲେ ଭକ୍ତଙ୍କୁ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରିବାକୁ ପଡ଼ିବ। ନଚେତ ଭକ୍ତଙ୍କୁ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ମିଳିବ ନାହିଁ। ସୋମବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ନୀତି ସବ୍‌କମିଟି ବୈଠକରେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ପୂର୍ବରୁ ସେବାୟତ ଓ ବୁଦ୍ଧିଜୀବୀଙ୍କ ତରଫରୁ ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧି ଶ୍ରୀମନ୍ଦିର ଯିବାକୁ ଦାବି ହୋଇ ଆସୁଥିବାବେଳେ ଏବେ ଶ୍ରୀମନ୍ଦିର ପ୍ରଶାସନ ତାହାକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛି। ତେବେ ଏହି ନିଷ୍ପତ୍ତି ଆଗାମୀ ନୂଆବର୍ଷ ଅର୍ଥାତ୍‌ ୨୦୨୪ ଜାନୁୟାରୀ ୧ରୁ କାର୍ଯ୍ୟକାରୀ କରାଯିବ। ନିୟମ ଲାଗୁହେବା ପୂର୍ବରୁ ମଙ୍ଗଳବାରଠାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ପକ୍ଷରୁ ସଚେତନ କରାଯିବ। ଜାନୁୟାରୀ ୧ତାରିଖରୁ ସିଂହଦ୍ୱାରରେ ମୁତୟନ ଥିବା ଜେଟିପି ଏବଂ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକମାନେ ଭକ୍ତଙ୍କ ପୋଷାକ ତଦାରଖ କରିବେ। ଯେଉଁ ଭକ୍ତ ଶାଳୀନତା ଭାବେ ପୋଷାକ ନ ପିନ୍ଧି ଶ୍ରୀମନ୍ଦିର ଯିବେ ସେମାନଙ୍କ ପ୍ରବେଶ ଉପରେ କଟକଣା ଲଗାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ କୁହାଯାଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇ କହିଛନ୍ତି ଯେ, ସୋମବାର ଶ୍ରୀମନ୍ଦିର ନୀତି ସବକମିଟି ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯାଇଛି। ତେବେ ଭକ୍ତଙ୍କ ଶାଳୀନତା ପୋଷାକ ଉପରେ ବିଶେଷ ଆଲୋଚନା ହୋଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନଙ୍କ ପୋଷାକରେ ଶାଳୀନତା ରହିବା ଉଚିତ। ଏହାଦ୍ୱାରା ଭକ୍ତିଭାବନା ସୃଷ୍ଟି ହେବ। ଅନେକ ଭକ୍ତ ମନଇଚ୍ଛା ବିଭିନ୍ନ ପ୍ରକାର ଡ୍ରେସ୍‌ ପିନ୍ଧି ଆସୁଛନ୍ତି। ଫଳରେ ଧାର୍ମିକ ଭାବନା ଉପରେ କୁଠାରାଘାତ ହେଉଛି। ତେଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭକ୍ତମାନଙ୍କୁ ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧି ଶ୍ରୀମନ୍ଦିର ଆସିବାକୁ ଅନୁରୋଧ କରାଯାଉଛି। ଏ ନେଇ ଆସନ୍ତା ଜାନୁୟାରୀ ୧ରୁ ନିୟମ ଲାଗୁହେବ। ତା’ ପୂର୍ବରୁ ଭକ୍ତଙ୍କୁ ସଚେତନ କରାଯିବ। ତେବେ ଛୋଟପିଲା ଅର୍ଥାତ୍‌ ୧୨ ବର୍ଷ ବୟସରୁ କମ୍‌ ପିଲାଙ୍କ କ୍ଷେତ୍ରରେ ଏହି ନିୟମ ଲାଗୁହେବ ନାହିଁ। ୧୨ ବର୍ଷରୁ ଅଧିକ ବୟସର ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri