Posted inଜାତୀୟ

ଏବେ ଆମେ ସୂର୍ଯ୍ୟଙ୍କୁ ବି ଜିତିବା

ଦାରିଙ୍ଗବାଡି, ୨୬।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନ ସହ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଦାରିଙ୍ଗବାଡି ମିନି ଷ୍ଟାଡିୟମ ପରିସର ମଧ୍ୟରେ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ମଞ୍ଚ ପରିଚାଳନାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଡିଓ ଗଦାଧର ପାତ୍ର ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହ ପରେଡ ଗ୍ରୁପର ପରିଦର୍ଶନ ସହ ସାମୂହିକ ପରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ପରେ ସେ ଜାତି ଓ ଦେଶ ଉଦ୍ଦେଶ୍ୟରେ ଉଦବୋଧନ ଦେଇ କହିଥିଲେ, ବୈଜ୍ଞାନିକଙ୍କ ଦ୍ୱାରା ଆମେ ଚନ୍ଦ୍ର ପୃଷ୍ଠରେ ପହଞ୍ଚି ସାରିଥିବାବେଳେ ସୂର୍ଯ୍ୟକୁ ମଧ୍ୟ ଆମେ ଜିଣିବା ବୋଲି କହିଥିଲେ। ସେହିପରି ଦାରିଙ୍ଗବାଡି ଅଞ୍ଚଳରେ ଶିକ୍ଷା, ଗମନାଗମନ, ପିଇବା ପାଣି ଭଳି ଅନେକ ସମସ୍ୟାର ସମାଧାନ କରାଯାଉଥିବା ବେଳେ ଆହୁରି ଦାରିଙ୍ଗବାଡିର ବିକାଶ ହେବା ଆବଶ୍ୟକତା ରହିଛି। ସେହି କ୍ରମରେ କାର୍ଯ୍ୟ କରାଯାଉଥିବା ସେ କହିଥିଲେ।
ସେହିପରି ମିଶନ ଶକ୍ତି ଜରିଆରେ ମହିଳା ମାନଙ୍କ ବିକାଶ ହେବା ସହ ସେମାନଙ୍କ ବିକାଶ କ୍ଷେତ୍ରରେ କାଫେ, ଷ୍ଟ୍ରବେରୀ ଚାଷ ଆଦି ଆହୁରି ସଫଳତା ଦେଇଥିବା କହିଛନ୍ତି। ଏହି ସାମୁହିକ ପରେଡ଼ରେ ପ୍ରାଥମିକ ବିଦ୍ୟାଳୟ ସମେତ ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମୋଟ ୨୯ଟି ପରେଡ ଟିମ ସାମୂହିକ ପରେଡ ପରିବେଷଣ କରିଥିଲେ। ସେହିପରି ବିଭିନ୍ନ ପ୍ରତିଯୋଗିତା ତଥା ରଚନା, ଚିତ୍ରାଙ୍କନ, ସଙ୍ଗୀତ, ନୃତ୍ୟ, କ୍ରୀଡା ଆଦିରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କାର, ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ତହସିଲଦାର ଶରତ ଶବର, ଆଇଆଇଆସି ଆନନ୍ଦ ଚନ୍ଦ୍ର, ଅତିରିକ୍ତ ତହସିଲଦାର କୃଷ୍ଣ ଚନ୍ଦ୍ର ନାୟକ, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri