ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ ମୁହାଁମୁହିଁ ହୋଇଛନ୍ତି। ଏହି ସର୍ଭେରୁ ଜଣାପଡିଛି, ଯଦି ଏବେ ଆମେରିକାରେ ନିର୍ବାଚନ ହୁଏ ତେବେ ଡୋନାଲ୍ଡ ଟ୍ରମ୍ପ ଆଗରେ ରହିବେ। ଏହି ସର୍ଭେ ଆମେରିକାର ମୋଟ ସାତୋଟି ଅଞ୍ଚଳରେ, ଆରିଜୋନା, ଜର୍ଜିଆ, ମିଚିଗାନ, ନେଭାଡା, ଉତ୍ତର କାରୋଲିନା, ପେନସିଲଭାନିଆ ଏବଂ ୱିସ୍କୋସିନରେ କରାଯାଇଥିଲା।
ବ୍ଲୁମବର୍ଗ ଓପିନିୟନ୍‌ ପୋଲ୍‌ ଅନୁଯାୟୀ, ଯଦି ଆଜି ଆମେରିକାରେ ନିର୍ବାଚନ ହୁଏ, ତେବେ ଡୋନାଲ୍ଡ ଟ୍ରମ୍ପ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଜୋ ବାଇଡେନଙ୍କଠାରୁ ୬ ପ୍ରତିଶତ ଆଗରେ ରହିବେ। ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ ଦ୍ୱାରା ପ୍ରକାଶିତ ଏକ ସର୍ଭେରୁ ଜଣାପଡିଛି ଯେ, ଆମେରିକାର ଲୋକମାନେ ଦେଶର ଅର୍ଥନୀତିରେ ଅସନ୍ତୁଷ୍ଟ। ଜୋ ବାଇଡେନଙ୍କ ଦକ୍ଷତା ଏବଂ କାର୍ଯ୍ୟକଳାପ ଉପରେ ମଧ୍ୟ କ୍ରୋଧିତ। ସର୍ଭେରେ ଜୋ ବାଇଡେନଙ୍କ ଏହି ୭ଟି ରାଜ୍ୟରେ କାର୍ଯ୍ୟକଳାପକୁ ନେଇ ଲୋକଙ୍କ ମଧ୍ୟରେ ଅନେକ ଅସନ୍ତୋଷ ଦେଖାଦେଇଛି। କିନ୍ତୁ ଚାକିରି ଏବଂ ପ୍ରଶାସନ ଦୃଷ୍ଟିରୁ ଲୋକଙ୍କ ପ୍ରତିକ୍ରିୟା ଭଲ ରହିଛି।
ସର୍ବେକ୍ଷଣର ସାରାଂଶ ବାହାର କରିବା ପରେ ଜଣାପଡିଛି, ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ରାଷ୍ଟ୍ରପତି ହୋଇପାରିବେ, କିନ୍ତୁ ବର୍ତ୍ତମାନ ନିର୍ବାଚନରେ ତାଙ୍କ ଉପରେ ଖଣ୍ଡା ଝୁଲୁଛି। ଟ୍ରମ୍ପଙ୍କ ପ୍ରାର୍ଥୀତ୍ୱ ଏବଂ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତାକୁ ନେଇ ଏବେ ମଧ୍ୟ ସନ୍ଦେହ ରହିଛି। ଠକେଇ ମାମଲାରେ ଟ୍ରମ୍ପ ଟ୍ରାଏଲ୍‌ର ସମ୍ମୁଖୀନ ହୋଇଛନ୍ତି। ଏଭଳି ପରିସ୍ଥିତିରେ ଟ୍ରମ୍ପ ଯଦି ନିର୍ବାଚନରେ ଜିତନ୍ତି ତେବେ ରାଷ୍ଟ୍ରପତି ହୋଇପାରିବେ କି ନାହିଁ ବୋଲି ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri