ଏଣିକି ଆଧାର କାର୍ଡ ନ ଥିଲେ ବି ସ୍କୁଲରେ ନାମଲେଖାଇ ହେବ, ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ…

ଭୁବନେଶ୍ୱର,୧୦ା୬(ସୁଚିସ୍ମିତା ସାହୁ): ଚଳିତ ବର୍ଷରୁ ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ କରାଯାଇଥିଲା। କିନ୍ତୁ ଏବେ ସେଥିରେ କୋହଳ କରାଯାଇଛି। ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ, ସେମାନେ ମଧ୍ୟ ଆଡ୍‌ମିଶନ କରିପାରିବେ। ପରବର୍ତ୍ତୀ ସମୟରେ ପିଲାମାନେ ସ୍କୁଲରେ ନିଜ ଆଧାର କାର୍ଡର କପି ଦାଖଲ କରିପାରିବେ। ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ ଓ କେମିତି ସେମାନଙ୍କର ଆଧାର କାର୍ଡ ହୋଇପାରିବ, ସେଥିପାଇଁ ସରକାର ବ୍ୟବସ୍ଥା କରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି।

ଏଥିସହ ମନ୍ତ୍ରୀ କହିଲେ, ସ୍କୁଲ ଡ୍ରପ୍‌ ଆଉଟ ହାର କମାଇବା ପାଇଁ ଚେଷ୍ଟା କରାଯାଉଛି। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଚାଇଲ୍ଡ ଟ୍ରାକିଂ ସର୍ଭେ ଆରମ୍ଭ କରାଯାଇଛି। କେଉଁ କାରଣରୁ ପିଲାମାନେ ଡ୍ରପ୍‌ ଆଉଟ ହେଉଛନ୍ତି। ଅଭିବାବକମାନେ କାହିଁକି ପିଲାଙ୍କୁ ସ୍କୁଲକୁ ଛାଡୁନାହାନ୍ତି। ଛୋଟ ପିଲାଙ୍କଠାରୁ ଆରମ୍ଭ କରି ୧୮ ବର୍ଷ ବୟସର ପିଲାଙ୍କୁ ଏହି ସର୍ଭେରେ ସାମିଲ କରାଯାଇଛି। ଶିକ୍ଷକମାନେ ଘର ଘର ବୁଲି ପିଲାଙ୍କ ତଥ୍ୟ ଆଣୁଛନ୍ତି। ସର୍ଭେ ରିପୋର୍ଟ ଅନୁସାରେ ପଦକ୍ଷେପ ନେବାକୁ ସରକାର ପ୍ରସ୍ତୁତ ହେଉଛନ୍ତି। ଡ୍ରପ୍‌ ଆଉଟ୍‌ କମାଇବା ପାଇଁ ସରକାରଙ୍କ ପକ୍ଷରୁ ନୂଆ ନୂଆ ପଦକ୍ଷେପ ଗ୍ରହଣ କରାଯାଉଛି। ଏଥିସହ ଏସ୍‌ସି /ଏସଟି ଛାତ୍ରୀଛାତ୍ରଙ୍କ ଡ୍ରପ୍‌ ଆଉଟ ହାର କମାଇବା ପାଇଁ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା କରାଯାଇଛି। ତେଣୁ ସରକାରଙ୍କ ପଦକ୍ଷେପ ଯୋଗୁ ଚଳିତବର୍ଷ ପ୍ରାଥମିକ ସ୍ତରରେ ଅଧିକ ପିଲା ଆଡ଼ମିଶନ କରିଛନ୍ତି। ସରକାରୀ ସ୍କୁଲରେ ଅଧିକ ସଂଖ୍ୟାର ପିଲାମାନେ କିପରି ନାମ ଲେଖାଇବେ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି ମନ୍ତ୍ରୀ ନିତ୍ୟାନନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri