Posted inଜାତୀୟ

ସମାଜକୁ ବିଭାଜନ କରିବ ଏନଆରସି-ୟୁସିସି: ଚିଦାମ୍ବରମ…

ବେଙ୍ଗାଲୁରୁ,୭।୫ : ବଜରଙ୍ଗ ଦଳ ବିବାଦ ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ରବିବାର ସେ କହିଛନ୍ତି, କର୍ନାଟକ ନିର୍ବାଚନ ପାଇଁ କଂଗ୍ରେସ ଇସ୍ତାହାରରେ କୁହାଯାଇ ନାହିଁ, ଯଦି ରାଜ୍ୟରେ ସରକାର ଗଠନ ହୁଏ ତେବେ ଏହି ସଂଗଠନ ଉପରେ ପ୍ରତିବନ୍ଧକ ଲଗାଯି। କିନ୍ତୁ ଘୃଣା ବିସ୍ତାର କରୁଥିବା ସମସ୍ତ ସଂଗଠନ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି।

ଭାଜପାର ଅଭିଯୋଗ ପରେ ଚିଦାମ୍ବରମ ବ୍ୟାକଫୁଟକୁ ଆସି ବଜରଙ୍ଗ ଦଳ ସହିତ ବଜରଙ୍ଗ ବାଲୀଙ୍କର ତୁଳନା ଉପରେ ପ୍ରଶ୍ନ କରିଛନ୍ତି। ବିଚାର କରିବା ପରେ କର୍ନାଟକର ଲୋକମାନେ ସେମାନଙ୍କର ନେତା ବାଛିବେ ବୋଲି ସେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି।

କର୍ନାଟକର ଗଣତନ୍ତ୍ର ଏବଂ ଭବିଷ୍ୟତକୁ ବଞ୍ଚାଇବା ପାଇଁ ଆମକୁ ଭାଜପାକୁ ରାଜ୍ୟରେ ଜିତିବାରେ ରୋକିବାକୁ ପଡିବ। ରାଜ୍ୟରେ ୟୁନିଫର୍ମ ସିଭିଲ କୋଡ (ୟୁସିସି) ଏବଂ ଏନଆରସି ଲାଗୁ କରିବାକୁ ଭାଜପାର ପ୍ରତିଶ୍ରୁତି ବିଷୟରେ ପଚରାଯିବାରୁ ସେ କହିଛନ୍ତି, ଏଗୁଡିକ କେତେକ ବିଷୟ ଯାହା ସମାଜକୁ ବିଭାଜନ କରେ ଏବଂ ସାମାଜିକ ବିବାଦକୁ ପ୍ରୋତ୍ସାହିତ କରେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?