Posted inଜାତୀୟ

ପଞ୍ଚତାରକା ହୋଟେଲରେ ଏନ୍‌ଆର୍‌ଆଇ ମହିଳାଙ୍କୁ ବଳାତ୍କାରକଲେ ସିଇଓ

ନୂଆଦିଲ୍ଲୀ,୧୫।୧: ନୂଆଦିଲ୍ଲୀସ୍ଥିତ ଏକ ପଞ୍ଚତାରକା ହୋଟେଲରେ ଜଣେ ଏନ୍‌ଆର୍‌ଆଇ ମହିଳାଙ୍କୁ ତାଙ୍କର ଜଣେ ସହକର୍ମୀ ତଥା ସିଇଓ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଦିଲ୍ଲୀ ପୋଲିସ ସୂଚନା ମୁତାବକ, ଅଭିଯୁକ୍ତ ଜଣକ ନୂଆଦିଲ୍ଲୀର ଏକ ଘରୋଇ ସଂସ୍ଥାରେ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଭାବେ କାମ କରନ୍ତି। ହେଲେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନାହିଁ।

୪୦ ବର୍ଷୀୟା ଏନ୍‌ଆର୍‌ଆଇ ମହିଳା ଜଣକ ଥାନାକୁ ଆସି ଅଭିଯୁକ୍ତ ଜଣକ ଗତ ସେପ୍ଟେମ୍ବର ୧୪ରେ ଏକ ପଞ୍ଚତାରକା ହୋଟେଲରେ ତାଙ୍କୁ ବଳାତ୍କାର କରିଥିବା ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ବଳାତ୍କାର ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଅଭିଯୋଗ ଅନୁଯାୟୀ, ମହିଳା ଜଣକ ସଂସ୍ଥାରେ ଆସିଷ୍ଟାଣ୍ଟ ଜେନେରାଲ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିବା ବେଳେ ଅଭିଯୁକ୍ତ ସିଇଓ ଥିଲେ। ଉଭୟ ଅଭିଯୋଗକାରୀ ଏବଂ ଅଭିଯୁକ୍ତ ପରସ୍ପର ଜଣାଶୁଣା । ପୁରୁଷ ଜଣକ ମହିଳାଙ୍କ ମାମୁଙ୍କ ବନ୍ଧୁ ଏବଂ ତାଙ୍କୁ ଚାକିରି କରାଇବାରେ ସାହାଯ୍ୟ କରିଥିଲେ ବୋଲି ଅତିରିକ୍ତ ଡିସିପି(ନୂଆଦିଲ୍ଲୀ) ରବିକାନ୍ତ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri