ଶ୍ରୀମନ୍ଦିରରେ ନୃସିଂହ ଜନ୍ମନୀତି

ପୁରୀ ଅଫିସ,୨୬ା୫:ବୈଶାଖ ମାସ ଶୁକ୍ଳ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ସ୍କନ୍ଦ ପୁରାଣ ଅନୁଯାୟୀ ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ସବୁ ଅବତାର ସୃଷ୍ଟି ହୋଇ ଯୁଗେ ଯୁଗେ ବିବିଧ ଲୀଳାମାନ ବିସ୍ତାର କରି ପୁନଶ୍ଚ ତାଙ୍କରି ଶ୍ରୀଅଙ୍ଗରେ ବିଲୀନ ହୋଇଥାନ୍ତି। ଏହି ପୌରାଣିକ ତଥ୍ୟ ଅନୁଯାୟୀ ଶ୍ରୀମନ୍ଦିରରେ ଅନେକ ଜନ୍ମ ନୀତି ଅନୁଷ୍ଠିତ ହୋଇଥାଏ। ଏହି କ୍ରମ ଅନୁଯାୟୀ, ମଙ୍ଗଳବାର ଶ୍ରୀମନ୍ଦିରରେ ଶ୍ରୀନୃସିଂହଙ୍କ ଜନ୍ମ ପାଳିତ ହୋଇଯାଇଛି। ଶ୍ରୀଜୀଉଙ୍କ ସର୍ବାଙ୍ଗ ନୀତି ସମ୍ପନ୍ନ ହୋଇ ଯାତ ଭୋଗ ପରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଆଜ୍ଞାମାଳ ପାଇ ଚନ୍ଦନଯାତ୍ରା ନିମନ୍ତେ ଚନ୍ଦନ ଚକଡ଼ାକୁ ବିଜେ କରିଥିଲେ। ନରେନ୍ଦ୍ର ପୁଷ୍କରିଣୀରେ ଚନ୍ଦନ ନୀତି ଶେଷ ପରେ ଠାକୁର ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ। ପାଳିଆ ପୂଜାପଣ୍ଡା ଶ୍ରୀଜୀଉଙ୍କ ଆଜ୍ଞାମାଳ ନେଇ ଘଣ୍ଟ, ଛତା, କାହାଳୀ ସହ ସିଂହଦ୍ୱାର ଦେଇ ଚକ୍ରତୀର୍ଥ ରୋଡସ୍ଥିତ ନୃସିଂହ ମନ୍ଦିରକୁ ଯାଇଥିଲେ। ସେଠାରେ ପ୍ରଭୁ ନୃସିଂହ ଦେବଙ୍କୁ ଆଜ୍ଞାମାଳ ଲାଗି କରାଯିବା ପରେ ପଞ୍ଚ ଉପଚାପରେ ଭୋଗ କରାଯାଇଥିଲା। ସେବାୟତମାନେ ନୀତି ସାରି ଶ୍ରୀମନ୍ଦିରକୁ ଫେରିବା ପରେ ମହାପ୍ରଭୁଙ୍କ ମଇଲମ ହୋଇ ଆଳତି ବଢିଥିଲା। ତିନିବାଡ଼ରେ ଠାକୁରଙ୍କୁ ପଞ୍ଚାମୃତ ମହାସ୍ନାନ କରାଯାଇଥିଲା। ସର୍ବାଙ୍ଗ ବଢ଼ିବା ପରେ ଠାକୁର ନୂଆ ଲୁଗା ଓ ୬ ମୂର୍ତ୍ତି ଅଳଙ୍କାର ଲାଗିହୋଇଥିଲେ। ସନ୍ଧ୍ୟା ଧୂପ ନୀତି ବଢିବା ପରେ ମହାଜନ ସେବକ ଦକ୍ଷିଣୀଘରୁ ନୃସିଂହ ଠାକୁରଙ୍କୁ ରତ୍ନସିଂହାସନରେ ବିଜେ କରାଇଥିଲେ। ଆଜ୍ଞାମାଳ ପାଇ ମୁକ୍ତିମଣ୍ଡପକୁ ନୃସିଂହଙ୍କୁ ଖଟୁଲିରେ ବିଜେ କରାଇ ଥିଲେ। ଅପରପକ୍ଷରେ ମୁକ୍ତିମଣ୍ଡପ ନିକଟ ନୃସିଂହ ମନ୍ଦିରରେ ପତିମହାପାତ୍ର ଓ ମୁକ୍ତିମଣ୍ଡପ ଉପରେ ବିଜେ ନୃସିଂହଙ୍କ ପାଖରେ ପୂଜାପଣ୍ଡା ମହାସ୍ନାନ ପୂଜା କରିଥିଲେ। ଉଭୟଙ୍କ ପାଖରେ ଶୀତଳ ଭୋଗ ମଣୋହି ପରେ ବନ୍ଦାପନା ନୀତି ସମ୍ପନ୍ନ ହୋଇଥିଲା। ନୃସିଂହଙ୍କୁ ମହାଜନ ସେବକ ଝୁଲଣମଣ୍ଡପ ତଳେ ଥିବା ବିମାନରେ ବିଜେ କରାଇଥିଲେ। ବିମାନବଡ଼ୁମାନେ ନୃସିଂହଙ୍କୁ ଶ୍ରୀଜଗନ୍ନାଥ ବଲ୍ଲଭକୁ ବିଜେ କରାଇଥିଲେ। ସେଠାରେ ବିଭିନ୍ନ ନୀତି ସହ ଭୋଗ ବନ୍ଦାପନା ସରିବା ପରେ ଠାକୁର ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ। ମହାପ୍ରଭୁଙ୍କ ଆଲଟ ଲାଗିହୋଇ ଅନ୍ୟ ନୀତି ପରେ ରାତ୍ର ପହୁଡ଼ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri