ଭୁବନେଶ୍ବରରେ ପହଞ୍ଚିଲେ ଏନ୍‌ଏସ୍‌ଏ ଅଜିତ ଡୋଭାଲ

ଭୁବନେଶ୍ୱର,୨୯ା୧୧: ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ଭୁବନେଶ୍ବରରେ ପହଞ୍ଚିଛନ୍ତି ଏନଏସ୍‌ଏ ଅଜିତ ଡୋଭାଲ। ଏହି ଅବସରରେ କମିଶନରେଟ ପୋଲିସ ପକ୍ଷରୁ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ଅପରାହ୍ନ ୪ଟା ୨୦ରେ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ା ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚି ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚି ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ କରି ପୋଲିସ ଓ ବିଏସଏଫ କଡ଼ା ଯାଞ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri