ଚାଇନାର ପ୍ରତିପକ୍ଷଙ୍କୁ ଭେଟିଲେ ଏନ୍‌ଏସଏ ଅଜିତ ଡୋଭାଲ

ନୂଆଦିଲ୍ଲୀ/ଜୋହାନ୍ସବର୍ଗ,୨୫।୭: ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଚାଇନାର ପ୍ରତିପକ୍ଷ ୱାଙ୍ଗ ୟିଙ୍କୁ ଭେଟିଛନ୍ତି। ଏହି ସମୟରେ ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା କରାଯାଇଥିଲା। ସୋମବାର ଜୋହାନ୍ସବର୍ଗରେ ‘ଫ୍ରେଣ୍ଡସ ଅଫ ବ୍ରିକ୍ସ’ ବୈଠକରେ ଡୋଭାଲ ଏବଂ ୱାଙ୍ଗଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ୱାଙ୍ଗ ଚାଇନାର କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟିର ବୈଦେଶିକ ବ୍ୟାପାର ଆୟୋଗ କାର୍ଯ୍ୟାଳୟର ନିର୍ଦ୍ଦେଶକ। ଏହି ସମୟରେ ଭାରତ-ଚାଇନା ସହ ଜଡିତ ସୀମା ବିବାଦ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ୱାଙ୍ଗ ଡୋଭାଲଙ୍କୁ ଦୁଇ ଦେଶ ମଧ୍ୟରେ ସମ୍ପର୍କ ସ୍ଥିର କରିବାକୁ କହିଥିଲେ। ଏହାର ଉତ୍ତରରେ ଡୋଭାଲ ଉଭୟ ଦେଶର ପାରସ୍ପରିକ ସ୍ବାର୍ଥ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ନିକଟରେ ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ୱାଙ୍ଗଙ୍କ ମଧ୍ୟରେ ବୈଠକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri