ଆମେରିକା ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ, ଭାରତ-ଆମେରିକା ବିକାଶକୁ ନେଇ ଶୀର୍ଷ ନେତୃତ୍ୱ ସହ କଥାକାର୍ତ୍ତା

ୱାଶିଂଟନ,୩୧ ।୧: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା(ଏନଏସଏ) ଅଜିତ ଡୋଭାଲ ‘ଇନିସିଏଟିଭ ଫର କ୍ରିଟିକାଲ ଆଣ୍ଡ ଏମରଜେନ୍ସି ଟେକ୍ନୋଲୋଜି’(ଆଇସିଇଟି) ଉପରେ ପୂର୍ବରୁ ଉଚ୍ଚ ସ୍ତରୀୟ ବୈଠକରେ ଆମେରିକାର ଏନଏସଏ ଜେକ ସୁଲିୱନ ସମେତ ଶୀର୍ଷ ଆମେରିକା ନେତୃତ୍ୱଙ୍କସହ ଗରୁତ୍ୱପୂର୍ଣ୍ଣ ବାର୍ତ୍ତା କରିଛନ୍ତି । ଅଧିକାରୀ, ଶିକ୍ଷାବିତ ଓ ଉଦ୍ଦ୍ୟୋଗ ବିଶେଷଜ୍ଞଙ୍କ ମତରେ ଭାରତ-ଆମେରିକା ପରମାଣୁ ଚୁକ୍ତି ପରେ ଏହି ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦୁଇ ଦେଶର ସମ୍ପର୍କ ମଧ୍ୟରେ ଏକ ବଡ ମାଇଲ ଷ୍ଟୋନ ହେବ ।

ହ୍ୱାଇଟ ହାଉସରେ ଦୁଇ ପକ୍ଷର ବୈଠକ ପରେ ଏହାର ବିସ୍ତୃତ ସୂଚନା ଦିଆଯିବ । ଏହି ବୈଠକ ଉଭୟ ଦେଶର କର୍ପୋରେଟ କ୍ଷେତ୍ର ମଧ୍ୟରେ ଏକ ବିଶ୍ୱନୀୟ ସହଭାଗୀ ପରିସ୍ଥିତିରେ ବିକାଶର ଆଧାରଶୀଳା ହେବ, ଫଳରେ ଷ୍ଟାର୍ଟ ଅପ୍ ସଂସ୍କୃତିରେ ବଢୁଥିବା ସାର୍ବଜନିକ ବେସରକାରୀ ଭାଗିଦାରୀକୁ ଗୁରୁତ୍ୱ ଦେଇ ଉଭୟ ଦେଶ ବୈଜ୍ଞାନିକ ଅନୁସନ୍ଧାନ ଏବଂ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୃଷ୍ଟି ହେଉଥିବା ଆହ୍ୱାନର ସଫଳତାର ସହ ମୁକାବିଲା କରିପାରିବେ । ଡୋଭାଲଙ୍କ ସହ ଏକ ବଡ ପ୍ରତିନିଧି ଦଳ ମଧ୍ୟ ମଧ୍ୟ ଆମେରିକା ପହଞ୍ଚିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଣସେଚିତ ଜମି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

ଚମ୍ପତ ରାୟଙ୍କୁ କ୍ଲିନ୍‌ଚିଟ୍‌: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri