Posted inଜାତୀୟ

ଖଲିସ୍ତାନ ସମର୍ଥକ ଅମୃତପାଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଚଣ୍ଡିଗଡ଼,୨୧।୩: ଖାଲିସ୍ତାନ ସମର୍ଥକ ଅମୃତପାଲ ସିଂ ଏବଂ ତାଙ୍କ ଘନିଷ୍ଠ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଇତିମଧ୍ୟରେ ପଞ୍ଜାବ ସରକାର ଅମୃତପାଲଙ୍କ ବିରୋଧରେ ଜାତୀୟ ସୁରକ୍ଷା ଆଇନ(ଏନ୍‌ଏସ୍‌ଏ) ଲଗାଇଛନ୍ତି ବୋଲି ହାଇକୋର୍ଟଙ୍କୁ କହିଛନ୍ତି। ମଙ୍ଗଳବାର ଜଣେ ଓକିଲ ଏହି ବିଷୟରେ ସୂଚନା ଦେଇଛନ୍ତି। ଏହାପୂର୍ବରୁ ଅମୃତପାଲ ସିଂ ମାମଲାରେ ପଞ୍ଜାବ-ହରିୟାଣା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ତାଗିଦ କରିଥିଲେ। ଅପରେଶନ ଅମୃତପାଲର ବିଫଳତାକୁ ନେଇ ଅସନ୍ତୋଷ ବ୍ୟକ୍ତ କରି ପଞ୍ଜାବ ପୋଲିସର ୮୦ହଜାର ଯବାନ କ’ଣ କରୁଛନ୍ତି ବୋଲି ହାଇକୋର୍ଟ ପ୍ରଶ୍ନ କରିଥିଲେ। ମାର୍ଚ୍ଚ ୧୮ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଅମୃତପାଲ ସିଂ ଫେରାର ଅଛନ୍ତି। ଏହା ପଞ୍ଜାବ ପୋଲିସର ଗୁପ୍ତଚରର ବିଫଳତା। ଇଣ୍ଟେଲିଜେନ୍ସ ସିଷ୍ଟମ ସମ୍ପୂର୍ଣ୍ଣ ବିଫଳ ବୋଲି ହାଇକୋର୍ଟ କହିଛନ୍ତି। ଅନ୍ୟପଟେ ଅମୃତପାଲଙ୍କ ବିରୋଧରେ ଅମୃତସର ପୋଲିସ ଜାମିନ ବିହୀନ ୱାରେଣ୍ଟ ଜାରି କରିଛି। ସୂଚନା ମୁତାବକ, ପୋଲିସ ଏପର୍ଯ୍ୟନ୍ତ ୧୦୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି। ଏହି ସମୟରେ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ପଞ୍ଜାବ ସରକାର ଇଣ୍ଟରନେଟ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ଯାହାକୁ ମଙ୍ଗଳବାର ପୁନଃରୁଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?