ଏନଏସଏସ କଲେଜ ଅଂଶଧନ ପିଲାଙ୍କ ପାଇଁ ଖର୍ଚ୍ଚ ହେଉ: ସ୍ବେଚ୍ଛାସେବୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା

ଭଞ୍ଜନଗର,୮।୧(ବାବୁଲା ପ୍ରଧାନ):ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଅଧିକାରୀ ଡ. ଜୟନ୍ତ କୁମାର ପଣ୍ଡା ଶୁକ୍ରବାର ଅଚାନକ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ପରିଦର୍ଶନରେ କରିଥିଲେ। ଡ. ପଣ୍ଡା ଗତ ସେପ୍ଟେମ୍ବର ମାସରେ ସ୍ବତନ୍ତ୍ର ଚାରାରୋପଣ କ୍ୟାମ୍ପରେ ଲାଗିଥିବା ଚାରା ଗୁଡ଼ିକର ବର୍ତ୍ତମାନ ସ୍ଥିତି କିଭଳି ଅଛି ବୁଲି ଦେଖିଥିଲେ। ଏହାପରେ ଡ ପଣ୍ଡା ସେଠାରେ ଆୟୋଜିତ ଚାରାରୋପଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାରାରୋପଣ କରିଥିଲେ। ଏଥିସହ ପୂର୍ବରୁ କ୍ୟାମ୍ପରେ ଲାଗିଥିବା ଚାରା କିଭଳି ବଢିବ ଏବଂ ତାହାର ସୁରକ୍ଷା ଉପରେ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ
ଦେଇଥିଲେ। ଏଥିସହ କାଗଜପତ୍ର ଯାଞ୍ଚ କରିଥିଲେ। ଏହି ସମୟରେ ସେ ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ଭବିଷ୍ୟତ କିଭଳି ଗଠନ କରିବେ, ଏନ ଏସ ଏସ ସ୍ବେଚ୍ଛାସେବୀଙ୍କ ଭୂମିକା ଓ କର୍ତ୍ତବ୍ୟ ଉପରେ ବୁଝାଇଥିଲେ। କଲେଜ ଏବଂ
ବିଶ୍ୱବିଦ୍ୟାଳୟରେ ପାଠ ପଢିବା ସମୟରେ ଭବିଷ୍ୟତ ଗଢ଼ିବା ହେଉଛି ଛାତ୍ରୀଛାତ୍ରଙ୍କ ପ୍ରକୃତ ସମୟ।
ଏହି ସମୟରେ ଛାତ୍ରୀଛାତ୍ରମାନେ ନିଜ ଭବିଷ୍ୟତ ପ୍ରତି ସଚେତନ ହେବାକୁ ଉପସ୍ଥିତ ସ୍ବେଚ୍ଛାସେବୀଙ୍କୁ ସେ ଆହ୍ବାନ କରିଥିଲେ। ଏହାପରେ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ, ଗଞ୍ଜାମ ଜିଲା ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଗଣେଶ ସାହୁ, ଏନ ଏସ ଏସ କର୍ମଚାରୀ ଚିରଞ୍ଜିବି ବାଡତ୍ୟା, କଲେଜ ଜାତୀୟ ସେବା ଯୋଜନା ଶାଖା ୧ ଅଧିକାରୀ ବି ପ୍ରଧାନ, ଶାଖା ୨ ଅଧିକାରିଣୀ ସସ୍ମିତା କୁମାରୀ ଦାସଙ୍କୁ ନେଇ ଏକ ବୈଠକ ହୋଇଥିଲା। ଏହି ସମୟରେ ଡ ପଣ୍ଡା ଏନ ଏସ ଏସ ଅର୍ଥ କିଭଳି ସଦବିନିଯୋଗ ହୋଇପାରିବ ସେ ନେଇ କହିଥିଲେ। ପୂର୍ବରୁ ଆସିଥିବା ସମସ୍ତ ଅର୍ଥ ୧୦ ତାରିଖ ସୁଦ୍ଧା ଉଠାଇ ଖର୍ଚ୍ଚ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଅଧ୍ୟକ୍ଷ ଏବଂ ଜାତୀୟ ଯୋଜନା ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।
ପ୍ରତ୍ୟେକ ଛାତ୍ରୀଛାତ୍ର ନାମ ଲେଖାଇବା ସମୟରେ ଏନଏସଏସ ପାଇଁ ୨୦ ଟଙ୍କା ଅର୍ଥ ବାନ୍ଧିଥାନ୍ତି। ସେଥିମଧ୍ୟରୁ ବିଶ୍ବବିଦ୍ୟାଳୟକୁ ୧୨ ଟଙ୍କା ଯାଉଛି। କଲେଜ ପାଖରେ ଆଉ ୮ ଟଙ୍କା ରହୁଛି। ଉକ୍ତ ଅର୍ଥ ଏନଏସଏସ ଶାଖା ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ କରିବା ପାଇଁ ପରାମର୍ଶ ଦେଇଥିଲେ। ଉକ୍ତ ଅର୍ଥ ଖର୍ଚ୍ଚ କିଭଳି ହେବ ସେନେଇ ମଧ୍ୟ ଡ ପଣ୍ଡା ପରାମର୍ଶ ଦେଇଥିଲେ । ଏହାପରେ ଡ. ପଣ୍ଡା କନ୍ଧମାଳ ଜିଲା ଟିକାବାଲି ଓ ଫୁଲବାଣୀ କଲେଜ ଅଭିମୁଖେ ଚାଲିଯାଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri