ଏନଏସ୍‌ଏସ୍‌ ସତନ୍ତ୍ର ସେବା ଶିବିର ଉଦ୍‌ଘାଟିତ: ଛାତ୍ରୀଛାତ୍ରଙ୍କ ସହ ସଫେଇ କଲେ ଡିଏଫ୍‌ଓ, ଦେଲେ ଏମିତି ପରାମର୍ଶ…

ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ସୋମବାର ସ୍ବତନ୍ତ୍ର ଶୀତକାଳୀନ ସେବା ଶିବିର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଡିଏଫଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଡିଏଫଓ କହିଛନ୍ତି, ଦେଶର ବିକାଶରେ ଯୁବ ସ୍ବେଚ୍ଛାସେବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ତେଣୁ ସ୍ବେଚ୍ଛାସେବୀମାନେ ଏଥିପ୍ରତି ଦୃଷ୍ଟି ଦେବାକୁ ଡିଏଫଓ ଉପସ୍ଥିତ ସ୍ବେଚ୍ଛସେବୀମାନଙ୍କୁ ଆହ୍ବାନ କରିଥିଲେ। ଏଥିସହ ଡିଏଫଓ ମହାନ୍ତି ଆଜି ଜାତୀୟ ସେବା ଯୋଜନା ପକ୍ଷରୁ କଲେଜରେ ଆୟୋଜିତ ପ୍ଲାଷ୍ଟିକ ମୁକ୍ତ ଅଭିଯାନରେ ସାମିଲ ହୋଇ ସଫେଇ କରିଥିଲେ। ଏଥିସହ ପ୍ଲାଷ୍ଟିକ ବ୍ୟବହାର ନ କରିବା ପାଇଁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ପ୍ଲାଷ୍ଟିକ ବ୍ୟବହାର ଦ୍ୱାରା ଶରୀରରେ ଅନେକ ରୋଗ ସୃଷ୍ଟି ହେଉଛି। ତେଣୁ ଏଥିପ୍ରତି ଧ୍ୟାନ ଦେବାକୁ ଡିଏଫଓ କହିଥିଲେ। ଏଥିସହ ଆଜି କଲେଜରେ ଜାତୀୟ ଯୁବ ଦିବସ ପାଳନ ସହ ବନ୍ଦେ ମାତରଂମର ୧୫୦ ତମ ବାର୍ଷିକୀ ଅବସରରେ ସାମୂହିକ ଗାନ ହୋଇଥିଲା। ଜାତୀୟ ସେବା ଯୋଜନା ଏବଂ ଏନସିସି ପକ୍ଷରୁ ମିଳିତ ଭାବେ ଏହି କାର୍ଯ୍ୟକ୍ରମ ହୋଇଥିଲା। ଆୟୋଜିତ କାର୍ଯ୍ୟକ୍ରମଗୁଡ଼ିକରେ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରାଧ୍ୟାପକ ହର ପ୍ରସାଦ ଶତପଥି, ପ୍ରାଧ୍ୟାପକ ପ୍ରଶାନ୍ତ ରଥ, ଅଧ୍ୟାପକ ଡ. ରବିନ୍ଦ୍ର ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଜାତୀୟ ସେବା ଯୋଜନା ଶାଖା ୧ ଅଧିକାରୀ ବି ପ୍ରଧାନ, ଶାଖା ୨ ଅଧିକାରିଣୀ ସସ୍ମିତା କୁମାରୀ ଦାସ, ଅଧ୍ୟାପକ ବୁଧିନାଥ ବରିହା ପ୍ରମୁଖ ସହଯୋଗ କରିଥିଲେ। ଏହି ଅବସରରେ ଅଧ୍ୟାପକ ରଜତ ମିଶ୍ର,ସନାତନ ବେହେରା, ନାଭାଲ ଅଫିସର ବିଭୂତି ଗୌଡ, ଦିଗନ୍ତ ଜେନା, ବୁଧେସର୍‌ ଗୋପାଳଗୋତ୍ର, ଡ ସୁନାମ ପାତ୍ର, ବୁଧିନାଥ ବେହେରା,ଅଧ୍ୟାପିକା ସ୍ମରଣିକା ପାଢ଼ୀ, ମାମାଲି ନାୟକ, ମିକି ନାୟକ ପ୍ରମୁଖ ଉପସ୍ଥିତ ଥିଲେ। 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri