ଆଜି ମୟୂରଭଞ୍ଜରେ ଏନ୍‌ଏସ୍‌ଏସ୍‌ଏଚ୍‌ କର୍ମଶାଳା

ଭୁବନେଶ୍ୱର,୨୭।୧୨: ଦେଶର ବିକାଶ ପାଇଁ ସରକାର ଅନେକ ଯୋଜନା କରୁଛନ୍ତି ହେଲେ ଉକ୍ତ ଯୋଜନାର ଠିକ୍‌ ପରିଚାଳନାର ଅଭାବ ଯୋଗୁ ବାସ୍ତବ ଆଭିମୁଖ୍ୟ ଓ ପ୍ରକୃତ ଲାଭ ହିତାଧିକାରୀ ପାଇପାରୁ ନାହାନ୍ତି। ବିଶେଷକରି କେନ୍ଦ୍ର ସରକାରଙ୍କ ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ମନ୍ତ୍ରଣାଳୟର ଅଂଶୀଦାର ସଂସ୍ଥା ଜାତୀୟ କ୍ଷୁଦ୍ର ଶିଳ୍ପ ନିଗମ ଲିମିଟେଡ ଏନଏସ୍‌ଆଇସି ଅଧୀନରେ କାର୍ଯ୍ୟ କରୁଥିବା ଜାତୀୟ ଏସସି-ଏସଟି ହବ୍‌ (ଏନ୍‌ଏସ୍‌ଏସ୍‌ଏଚ) ପକ୍ଷରୁ ମଙ୍ଗଳବାର ଏକ ରାଜ୍ୟ ସ୍ତରୀୟ କର୍ମଶାଳା ଓ ପ୍ରଦର୍ଶନୀ ମୟୂରଭଞ୍ଜର ଶହୀଦ ସ୍ମୃତି ଭବନ,ମେହେର କଲୋନୀ, ବାରିପଦାଠାରେ ଆୟୋଜନ କରାଯାଇଛି। ଉକ୍ତ କର୍ମଶାଳା ଓ ପ୍ରଦର୍ଶନୀରେ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ବିଭିନ୍ନ ରାଷ୍ଟ୍ରାୟତ୍ତ କମ୍ପାନୀ ଓ ବ୍ୟାଙ୍କଗୁଡିକ ମଧ୍ୟ ଉକ୍ତ କର୍ମଶାଳା ଓ ପ୍ରଦର୍ଶନୀରେ ଅଂଶଗ୍ରହଣ କରୁଛନ୍ତି। ଫଳରେ ରାଜ୍ୟରେ ବସବାସ କରୁଥିବା ଏସ୍‌ସି-ଏସ୍‌ଟି ବର୍ଗର ଲୋକଙ୍କ ସମେତ ସାଧାରଣ ଲୋକ ମଧ୍ୟ ଉକ୍ତ କର୍ମଶାଳାରେ ସାମିଲ ହୋଇ ସରକାର ଓ ଏନ୍‌ଏସ୍‌ଏସ୍‌ଏଚ୍‌ ଦ୍ୱାରା ପ୍ରଦାନ ବିଭିନ୍ନ ସେବା ଓ ସୁବିଧା ସମ୍ପର୍କରେ ଅବଗତ ହେବା ସହ ଉକ୍ତ ଯୋଜନାର ଲାଭ ଉଠାଇବାକୁ କୁହାଯାଇଛି। ଏପରିକି ସୋମବାର ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନସ୍ଥିତ ପ୍ରେସ କ୍ଲବ ପରିସରରେ ଏନ୍‌ଏସ୍‌ଏସ୍‌ଏଚ୍‌ ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ଏନ୍‌ଏସ୍‌ଏସ୍‌ଏଚ୍‌ର ବିଭିନ୍ନ ଲାଭକାରୀ ଯୋଜନାର ଲାଭ ଉଠାଇବାକୁ ଏନଏସଆଇସିର ମହାପ୍ରବନ୍ଧକ-ଏସଜି (ଏନ୍‌ଏସ୍‌ଏସ୍‌ଏଚ୍‌) କେ.କେ. ଶର୍ମା ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନ୍‌ଏସ୍‌ଏସ୍‌ଏଚ୍‌ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri